40.1 C
Bhubaneswar
Sunday, June 16, 2024
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅରୁଚିକର ମନ୍ତବ୍ୟ ଓଡିଶା ବିଜେପିକୁ ଶୋଭା ପାଉନି: ପ୍ରଣବ

ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅରୁଚିକର ମନ୍ତବ୍ୟ ଓଡିଶା ବିଜେପିକୁ ଶୋଭା ପାଉନି: ପ୍ରଣବ

– ଧର୍ମେନ୍ଦ୍ର ପ୍ରଧାନ ଅପମାନସୂଚକ ଶବ୍ଦ ପ୍ରୟୋଗ କରୁଛନ୍ତି
-ଏଭଳି ଶବ୍ଦ ଓଡିଶା ସଂସ୍କୃତିର ପରିପନ୍ଥୀ
-ପ୍ରସଙ୍ଗ ନଥିବାରୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟ କଥା କହୁଛି ବିଜେପି
– ବିଜେପିର ମିଛକୁ ଭଲ ଭାବେ ଜାଣି ସାରିଲେଣି ଓଡିଶାବାସୀ
– ତିନି ଚତୁର୍ଥାଂଶ ଆସନରେ ବିଜୟ ସହ ଜୁନ୍ ୯ରେ ଶପଥ ନେବେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଗତ ୨୪ ବର୍ଷ ହେଲା ସାଢ଼େ ୪ କୋଟି ଓଡ଼ିଶାବାସୀ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଆସୁଛନ୍ତି । ଓଡ଼ିଶାବାସୀ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଭାରି ଭଲ ପାଆନ୍ତି ଓ ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କୁ ନିଜ ପରିବାର ସଦସ୍ୟ ଭଳି ଭାବି କାର୍ଯ୍ୟ କରିଥାନ୍ତି ବୋଲି ଟୁଇଟ କରି କହିଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ଶ୍ରୀ ଦାସ କହିଛନ୍ତି ଯେ ବାହାର ରାଜ୍ୟରୁ ନେତାଙ୍କୁ ଆଣି ଓଡ଼ିଶାବାସୀ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବାବଦରେ ଅପମାନସୂଚକ ମନ୍ତବ୍ୟ ଦେବା, ଅରୁଚିକର ଶବ୍ଦ ପ୍ରୟୋଗ କରିବା ଓଡ଼ିଶା ବିଜେପିକୁ ଆଦୌ
ଶୋଭାପାଉନି । ନିଜେ ଧର୍ମେନ୍ଦ୍ର ପ୍ରଧାନ, ସେମାନଙ୍କ ସହ ମିଶି ସମାନ ଭାଷା ବ୍ୟବହାର କରିବା ଓଡ଼ିଶା ସଂସ୍କୃତି ବିରୋଧୀ । ଯେହେତୁ ବାହାରୁ ଆସୁଥିବା ନେତା ଆମ ଅତିଥି, ସେଥିପାଇଁ ଆମେ ବିଶେଷ କିଛି ପ୍ରତିକ୍ରିୟା ରଖୁନଥିଲୁ, କାରଣ ବିଜେଡି ସବୁବେଳେ ଓଡି ଼ଶାର ସଂସ୍କୃତିକୁ ପାଳନ କରେ । ଗତ ୧୦ ବର୍ଷ ହେଲା ଆମେ ଦେଖି ଆସୁଛୁ, ଓଡ଼ିଶା ବିଜେପି ନେତା ସବୁବେଳେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ମନ୍ତବ୍ୟ ଦେଇ ଆସୁଛନ୍ତି । କାରଣ ସେମାନଙ୍କ ନିକଟରେ ଆଉ କିଛି ପ୍ରସଙ୍ଗ ନାହିଁ ।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ସମଲେଇ ପ୍ରକଳ୍ପକୁ ବିରୋଧ କରିଥିବା ଧର୍ମେନ୍ଦ୍ର ପ୍ରଧାନ କେବେ ମଧ୍ୟ ଏନଏଚ୍‌-୫୫ କାମ କିଭଳି ଶୀଘ୍ର ସରିବ ସେନେଇ ତତ୍ପରତା ଦେଖାଇନାହାନ୍ତି । ଯେଉଁଥିପାଇଁ ହଜାର ହଜାର ଲୋକଙ୍କ ଜୀବନ ଯାଇଛି । ମହାନଦୀ ପ୍ରସଙ୍ଗରେ ଧର୍ମେନ୍ଦ୍ର ବାବୁ ଛତିଶଗଡ଼ ପାଇଁ କରିଥିବା ଓକିଲାତି କାହାକୁ ଅଛପା ନାହିଁ । ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ସମ୍ୱଲପୁର ସଭାରେ ପଚାରିଥିବା ପ୍ରଶ୍ନର ଗୋଟିଏ ବି ଉତ୍ତର ଦେଇପାରିଲେନି ଧର୍ମେନ୍ଦ୍ର ବାବୁ । କାରଣ ସେ ଗତ ୧୦ ବର୍ଷ ମଧ୍ୟରେ କିଛି ବି କାମ କରିନାହାନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ମିଛ ପ୍ରଚାର ହେଉ ଅବା ଓଡ଼ିଶାର ବିକାଶକୁ ବିରୋଧ କରିବାର ମାନସିକତା, ବିଜେପିର ମିଛକୁ ଓଡ଼ିଶାବାସୀ ଭଲ ଭାବେ ଜାଣି ସାରିଲେଣି । ଏଭଳି ଡାହା ମିଛକୁ ସେମାନେ ଆଦୌ ଗ୍ରହଣ କରୁନାହାନ୍ତି । ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ତିନି ଚତୁର୍ଥାଂଶ ଆସନ ସହ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ନବୀନ ବାବୁ ଶପଥ ନେବେ ବୋଲି ଶ୍ରୀ ଦାସ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking