ଭୁବନେଶ୍ୱର: ପରିସ୍ରା ପିଆଇବା ଘଟଣାରେ ପିଅନ ଗିରଫ । ମୋହନା ଆରଡବ୍ଲ୍ୟୁ ଏସଏସ ଯନ୍ତ୍ରୀଙ୍କୁ ପରିସ୍ରା ପିଆଇବା ମାମଲାରେ ପିଅନ ଶିବ ନାୟକ ଗିରଫ । ପିଅନ ନିଜର ବରିଷ୍ଠ ଅଧିକାରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇ ଦେଇଥିବା ଭଳି ସାଙ୍ଘାତିକ ଅବିଯୋଗ ହୋଇଥିଲା । ଗଜପତି ଜିଲ୍ଲା ଆର. ଉଦୟଗିରିସ୍ଥିତ ସହକାରୀ ନିର୍ୱାହୀ ଯନ୍ତ୍ରୀ ଗୁରୁପ୍ରସାଦ ପଟ୍ଟନାୟକ ଏନେଇ ଥାନାରେ ଲିଖିତ ଅଭିଯୋଗ କରିବା ପରେ କାଯ୍ୟାନୁଷ୍ଠାନ ନିଆଯାଇଛି । ଯନ୍ତ୍ରୀଙ୍କ ଅଭିଯୋଗ ଅନୁସାରେ ଗତ ଜୁଲାଇ ୨୩ ତାରିଖ ରାତିରେ ସେ କାଯ୍ୟାଳୟରେ କାମ କରୁଥିବା ବେଳେ ପିଅନଙ୍କୁ ପିଇବା ପାଇଁ ପାଣି ମାଗିଥିଲେ । କିନ୍ତୁ ଅଭିଯୁକ୍ତ ଜଣଙ୍କ ପାଣି ବୋତଲରେ ପରିସ୍ରା ଭର୍ତ୍ତି କରି ପିଇବାକୁ ଦେଇଥିଲେ । ପିଇବା ପରେ ସେ ଅସୁସ୍ଥ ଅନୁଭବ କରିଥିଲେ । ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମେଡିକାଲରୁ ସୁସ୍ଥ ହୋଇ ଫେରିବା ପରେ ଯନ୍ତ୍ରୀ ଆର. ଉଦୟଗିରି ଥାନାରେ ଅଭିଯୁକ୍ତ ପିଅନଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଥିଲେ ।









