30.1 C
Bhubaneswar
Wednesday, April 24, 2024
Homeଓଡିଶାଆତ୍ମବିଶ୍ୱାସର ସହ ବିଶ୍ୱର ସମ୍ମୁଖୀନ ହୁଅ-ଏହି ବିଚାର ଓ ସାମର୍ଥ୍ୟ ଆମର ବିଦ୍ୟାର୍ଥୀଙ୍କ ମଧ୍ୟରେ ପ୍ରବେଶ...

ଆତ୍ମବିଶ୍ୱାସର ସହ ବିଶ୍ୱର ସମ୍ମୁଖୀନ ହୁଅ-ଏହି ବିଚାର ଓ ସାମର୍ଥ୍ୟ ଆମର ବିଦ୍ୟାର୍ଥୀଙ୍କ ମଧ୍ୟରେ ପ୍ରବେଶ କରାଇବା ନୂଆ ଶିକ୍ଷାନୀତିର ମୂଳ ଉଦେଶ୍ୟ:ଉପରାଷ୍ଟ୍ରପତି ଭେଙ୍କିଆ ନାଇଡୁ

ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହ

ଭୁବନେଶ୍ୱର: ଆତ୍ମବିଶ୍ୱାସର ସହ ବିଶ୍ୱର ସମ୍ମୁଖୀନ ହୁଅ-ଏହି ବିଚାର ଓ ସାମର୍ଥ୍ୟ ଆମର ବିଦ୍ୟାର୍ଥୀଙ୍କ ମଧ୍ୟରେ ପ୍ରବେଶ କରାଇବା ନୂଆ ଶିକ୍ଷାନୀତିର
ମୂଳ ଉଦେଶ୍ୟ । ଶିକ୍ଷାର ଲକ୍ଷ୍ୟ କେବଳ ବୌଦ୍ଧିକ ବିକାଶରେ ସୀମିତ ନୁହେଁ, ଏହା ମଧ୍ୟ ଚରିତ୍ର ନିର୍ମାଣ ଏବଂ ଏକବିଂଶ ଶତାଦ୍ଦୀର ଦକ୍ଷତାର ଭୂଷିତ
ତଥା ଏକ ସାମଗ୍ରିକ ସ୍ୱୟଂ ସମ୍ପୂର୍ଣ୍ଣ ବ୍ୟକ୍ତି ଗଢ଼ିବା ପାଇଁ ଉଦ୍ଦିଷ୍ଟ । ଛାତ୍ରଛାତ୍ରୀମାନେ ହେଉଛନ୍ତି ପରବର୍ତ୍ତୀ ପିଢ଼ିର ଶିକ୍ଷକ, ଗବେଷକ, ପରିଚାଳକ,
ବିଦ୍ୱାନ, ପ୍ରଶାସକ, ଓକିଲ ଓ ନେତା । ସେମାନଙ୍କ ଭାଗ୍ୟ ରାଷ୍ଟ୍ରର ଭାଗ୍ୟ ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଶୃଙ୍ଖଳା, ସାଧୁତା, ସଚ୍ଚୋଟତା ଓ କଠିନ
ପରିଶ୍ରମ ସେମାନଙ୍କୁ ସାଧାରଣ ଜୀବନ ଯାପନ ସହିତ ଯେକୌଣସି କ୍ଷେତ୍ର ପାଇଁ ସଫଳତାର ଶୀର୍ଷରେ ପହଞ୍ଚିବାରେ ସହାୟକ ହୋଇପାରିବ ବୋଲି
ଉପରାଷ୍ଟ୍ରପତି ଏମ୍‍.ଭେଙ୍କିଆ ନାଇଡୁ ପ୍ରକାଶ କରିଛନ୍ତି ।
ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବ ତଥା ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ସୁବର୍ଣ୍ଣ ଜୟନ୍ତୀ ସମାରୋହ ପାଳନ ଅବସରରେ ଦୀକ୍ଷାନ୍ତ
ଭାଷଣ ଦେଇ ଉପରାଷ୍ଟ୍ରପତି ଏମ୍‍.ଭେଙ୍କିଆ ନାଇଡୁ କହିଥିଲେ ଯେ ସମାବର୍ତ୍ତନ ଉତ୍ସବ ଛାତ୍ରଛାତ୍ରୀମାନଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଦିବସ । ଉତ୍ସାହ,
ଅଧ୍ୟବସାୟ, ତପସ୍ୟା ଏବଂ ଶିଖିବା ପାଇଁ ମୁକ୍ତମନ ଭଳି ବ୍ୟକ୍ତିଗତ ଯୋଗ୍ୟତା ଯାହା ଅର୍ଜନ କରିଛନ୍ତି ସେ ସସବୁ ସାରା ଜୀବନ ପାଇଁ ଗୁରୁତ୍ୱପୂର୍ଣ୍ଣ
ହୋଇ ରହିବ । ଏବେ ଅନେକ ଛାତ୍ରଛାତ୍ରୀ ବିଶ୍ୱବିଦ୍ୟାଳୟର ସୀମିତ ପରିସରରୁ ବାହାରି ନୂଆ ଦୁନିଆରେ ପ୍ରବେଶ କରିବେ; ଯେଉଁଠି ଅନେକ
ସମସ୍ୟା ଓ ଆହ୍ୱାନ ରହିଛି । ଏହି ପରିବର୍ତ୍ତନ ସହଜ ନୁହେଁ । ବିଶ୍ୱବିଦ୍ୟାଳୟରୁ ଯେଉଁ ମୂଲ୍ୟବୋଧ ଓ ତାଲିମ ପାଇଛନ୍ତି ତାହା ଦ୍ୱାରା ଆତ୍ମବିଶ୍ୱାସର
ସହିତ ଦୁନିଆର ମୁକାବିଲା କରିପାରିବେ ।
ଉପରାଷ୍ଟ୍ରପତି ଭେଙ୍କିଆ ନାଇଡୁ କହିଥିଲେ ଯେ ଆନ୍ତର୍ଜାତିକ ଶିକ୍ଷା କ୍ଷେତ୍ରରେ ଭାରତର ଗୌରବମୟ ପରମ୍ପରାକୁ ଆମେ ଭୁଲିଯିବା ଅନୁଚିତ ।
ତକ୍ଷଶୀଳା, ନାଳନ୍ଦା, ବଲ୍ଲଭି ଓ ବିକ୍ରମଶୀଳା ଭଳି ପ୍ରାଚୀନ ଭାରତୀୟ ବିଶ୍ୱବିଦ୍ୟାଳୟରେ ଏକଦା ଦେଶ ଓ ବିଦେଶର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର
ବିଦ୍ୟାର୍ଥୀ ବହୁବିଷୟକ ଓ ଜୀବନ୍ତ ପରିବେଶରେ ଅଧ୍ୟୟନ କରୁଥିଲେ । ପରିପୂର୍ଣ୍ଣ ଓ ସୃଜନଶୀଳ ବ୍ୟକ୍ତିବିଶେଷ ସୃଷ୍ଟି କରିବାକୁ ଆମକୁ ସେହି ମହାନ
ଭାରତୀୟ ପରମ୍ପରାକୁ ପୁନଃସ୍ଥାପିତ କରିବାକୁ ପଡ଼ିବ । ଦେଶକୁ ଉଭୟ ସାମାଜିକ ଓ ଆର୍ଥିକ ଦୃଷ୍ଟିରୁ ପରିବର୍ତ୍ତନ କରିବାର ବିଶେଷ ଦକ୍ଷତା ସେହିଭଳି
ବ୍ୟକ୍ତି ବିଶେଷଙ୍କର ରହିବ । ଓଡ଼ିଶାର ଇତିହାସ ସମୃଦ୍ଧ ଓ ପ୍ରେରଣାଦାୟୀ । ଏହି ମହାନ କଳିଙ୍ଗଭୂମି ସମ୍ରାଟ ଅଶୋକଙ୍କୁ ଶାନ୍ତିର ଶିକ୍ଷା ଦେଇଥିଲା, ଯାହା
ଫଳରେ ସେ ଧର୍ମର ବିଜୟ ନୀତି ଅନୁସରଣ କରିଥିଲେ । । କଳିଙ୍ଗର ଦୁଃସାହସୀ ସାଧବମାନେ ଶ୍ରୀଲଙ୍କା, ଜାଭା, ବୋର୍ଣ୍ଣିଓ, ବାଲି ଓ ବର୍ମା ସହିତ
ବାଣିଜ୍ୟ ସମ୍ପର୍କ ସ୍ଥାପନ କରିଥିଲେ । ବିଭିନ୍ନ ସ୍ଥାନରେ ହୋଇଥିବା ଉତ୍‍ଖନନରୁ ମିଳିଥିବା ବହୁ ସଂଖ୍ୟକ ମୁଦ୍ର, କଳାକୃତି ଓ ରୋମାନ ସାମଗ୍ରୀ ଆଦିରୁ
ପ୍ରାଚୀନ ଓଡ଼ିଶାର ସମୃଦ୍ଧ ବାଣିଜ୍ୟିକ ସମାମଜର ପରିଜୟ ମିଳେ । ସେହି ସାଧବମାନଙ୍କ ଦକ୍ଷତା, ଉଦ୍ୟମିତା ଓ ସାହସିକତା ଦ୍ୱାରା କଳିଙ୍ଗ ଏକଦା ଏକ
ସମୃଦ୍ଧ ସାମ୍ରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଛାତ୍ରଛାତ୍ରୀମାନେ ସେମାନଙ୍କ କାହାଣୀରୁ ପ୍ରେରଣା ନେଇ ଉଦ୍ୟମିତା ଓ ନବସୃଜନର ଆଗ୍ରହ ନିଜ
ଭିତରେ ସୃଷ୍ଟି କରନ୍ତୁ । ବିଶ୍ୱବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନ ସମୁହର ଏ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ସେମାନେ ବିଦ୍ୟାର୍ଥୀଙ୍କୁ ଆବଶ୍ୟକ
କୌଶଳ ଓ ଦକ୍ଷତା ଯୋଗାଇ ସମର୍ଥ କରିବା ଆବଶ୍ୟକ । ଏହାଦ୍ୱାରା ସେମାନେ କେବଳ ନିଯୁକ୍ତି ଆଶାୟୀ ନ ହୋଇ ନିଯୁକ୍ତି ସୃଷ୍ଟିକାରୀ ହୋଇପାରିବେ
ବୋଲି ପ୍ରକାଶ କରିଥିଲେ ।
ଓଡ଼ିଶାର ଭୌମକର ବଂଶର ବିଶେଷତ୍ତ୍ୱ ସମ୍ପର୍କରେ ସ୍ମରଣ କରି ରାଷ୍ଟ୍ରପତି କହିଥିଲେ ଯେ ଏହି ରାଜବଂଶର ଅନେକ ମହିଳା ଶାସକ କ୍ରମାଗତ ଭାବେ
ନବମରୁ ଦଶମ ଶତାବ୍ଦୀ ଯାଏ ଶାସନ କରିଥିଲେ । ଭୌମକର ରାଣୀମାନେ ପୁରୁଷ ପ୍ରଧାନ ଶାସନ ବ୍ୟବସ୍ଥାକୁ ଭାଙ୍ଗି ପ୍ରାୟ ୨୦୦ବର୍ଷ ଯାଏ ରାଜ୍ୟ
ଶାସନ କରିବାରେ ସଫଳ ହୋଇଥିଲେ । ଏହି ଉଜ୍ଜ୍ୱଳ ଉଦାହରଣ ପାଇଁ ପ୍ରତ୍ୟେକ ଭାରତୀୟ ଗର୍ବିତ ହେବା ଆବଶ୍ୟକ । ଏହି କାହାଣୀ ସବୁ ପଢନ୍ତୁ
ଏବଂ ଲିଙ୍ଗଗତ ପାତର ଅନ୍ତର ବିରୋଧରେ ଲଢ଼ିବାକୁ ଶପଥ ନିଅନ୍ତୁ । ବାସ୍ତବରେ ଜାତିବାଦ, ସାମ୍ପ୍ରଦାୟିକତା, ଦୁର୍ନୀତି ଓ ହିଂସା ବିରୋଧରେ ଲଢ଼େଇ
କରିବା ପାଇଁ ଆମ ଯୁବ ସମାଜ ସର୍ବଦା ଆଗରେ ରହିବା ଆବଶ୍ୟକ । ଆଦିବାସୀମାନଙ୍କ ପ୍ରତି ଆମର ଦୃଷ୍ଟିକୋଣରେ ସମ୍ମାନବୋଧ ଏବଂ
ସମ୍ବେଦନଶୀଳତା ରହିବା ଆବଶ୍ୟକ । ଏ କ୍ଷେତ୍ରରେ ପୈତୃକ ଦୃଷ୍ଟିକୋଣ ଠିକ୍‍ ନୁହେଁ । ସତକଥା ହେଲା ଆଦିବାସୀ ସମ୍ପ୍ରଦାୟଙ୍କଠାରୁ ଆମର ଅନେକ
କିଛି ଶିଖିବାର ଅଛି । ସେମାନେ ପ୍ରକୃତି ସହ ସଦ୍ଭାବ ଓ ସମନ୍ୱୟ ରଖି ଅତି ସରଳ ଜୀବନଯାପନ କରନ୍ତି । ତଫସିଲଭୁକ୍ତ ଜାତି ଓ ଉପଜାତି
ଗବେଷଣା ଏବଂ ତାଲିମ ପ୍ରତିଷ୍ଠାନ(ଏସ୍‍ସିଏସ୍‍ଟିଆର୍‍ଟିଆଇ)ର ଏକ ଅଧ୍ୟୟନ ଅନୁସାରେ ଓଡ଼ିଶାର ଆଦିବାସୀ ଜନସଂଖ୍ୟା ଉପରେ କୋଭିଡ୍‍ମହାମାରୀର ପ୍ରାୟ କୌଣସି ପ୍ରଭାବ ପଡ଼ିନାହିଁ । ସେମାନେ ନିଜର ଅନୁପମ ରୀତିନୀତି ଓ ପରମ୍ପରା ପାଳନ କରି ସଂକ୍ରମଣକୁ ଦୂରୋଇ ରଖିବାରେ
ସଫଳ ହୋଇଛନ୍ତି । ଏହି ଅଧ୍ୟୟନ ଅନୁସାରେ ଆଦିବାସୀମାନେ ଅଭ୍ୟାସତଃ ସଂଘବନ୍ଧ ବା ଗୋଷ୍ଠୀରେ ନ ଯାଇ ଧାଡ଼ିରେ ଯାଆନ୍ତି । ଚାଲିବାବେଳେ
ସେମାନେ ପରସ୍ପରଠାରୁ ଉପଯୁକ୍ତ ଦୂରତ୍ୱ ରକ୍ଷା କରନ୍ତି । ଏଭଳି ନିରାପଦ ଦୂରତ୍ୱ ରକ୍ଷା ଓ ସ୍ୱାସ୍ଥ୍ୟଗତ ନୀତି ପାଳନ କରିବା ଆଦିବାସୀ ସଂସ୍କୃତିର ଏକ
ଅବିଚ୍ଛେଦ୍ୟ ଅଙ୍ଗ । ଏହାଛଡ଼ା ସେମାନେ ପ୍ରାକୃତିକ ଖାଦ୍ୟ ଖାଇଥାନ୍ତି । ଏହାଫଳରେ କରୋନା ମହାମାରୀ ସମୟରେ ମୋନେ ନିରାପଦ ରହିଛନ୍ତି ।
ବିଶ୍ୱବିଦ୍ୟାଳୟଗୁଡ଼ିକ ଆଦିବାସୀ ସମୁଦାୟଙ୍କ ଏଭଳି ସକାରାତ୍ମକ ଦିଗ ସମ୍ପର୍କରେ ଧ୍ୟାନ କେନ୍ଦ୍ରିତ କରିବା ଦରକାର । ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ
ଏହା ସ୍ଥାନ ପାଇବା ଆବଶ୍ୟକ । ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଦିବାସୀମାନେ ସମ୍ମୁଖୀନ ହେଉଥିବା ସମସ୍ୟାବଳୀ ଉପରେ ଗବେଷଣା କରି ଏହି
ସମୁଦାୟର ବିକାଶ ପାଇଁ ନୀତି ନିର୍ଦ୍ଧାରଣରେ ସହଯୋଗ କରିବା ଉଚିତ ବୋଲି ଉପରାଷ୍ଟ୍ରପତି ପ୍ରକାଶ କରିଥିଲେ ।
କୁଳପତି ପ୍ରଫେସର ସବିଚା ଆଚାର୍ଯ୍ୟ ଉତ୍କଳ ବିଶ୍ୱିଦ୍ୟାଳୟର ସମୃଦ୍ଧ ଅତୀତ ଓ ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ । ଉତ୍କଳ
ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‍ ଏବଂ କୃଷି ଓ କୃଷକ ସଶକ୍ତି କରଣ ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ
ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ଯୋଗ ଦେଇଥିଲେ । କୁଳସଚିବ ଡ. ଅଭୟ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।
ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ଦେଶର ୫ଜଣ ବ୍ୟକ୍ତିତ୍ୱ ଯଥ ରିଜର୍ଭ ବ୍ୟାଙ୍କ ଅଫ୍‍ ଇଣ୍ଡିଆ(ଆର୍‍ବିଆଇ)
ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ୍‍ ଅଫ୍‍ ଇଣ୍ଡିଆ(ସିଏଜି) ଗିରୀଶଚନ୍ଦ୍ର ମୁର୍ମୁ, ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ୍‍
ସଞ୍ଜୁ ପଣ୍ଡ, ଭାଭା ଆଟୋମିକ୍‍ ରିସର୍ଚ୍ଚ ସେଌକ୍ଷଗ୍ଧ;ର(ବାର୍କ)ର ନିର୍ଦେଶକ ଅଜିତ୍‍ କୁମାର ମହାନ୍ତି, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଉପଦେଷ୍ଟା
ଡ.ବିଜୟ କୁମାର ସାହୁଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରାଯାଇଥିଲା । ସେହିପରି ସମାବର୍ତ୍ତନ ଉତ୍ସବରେ ୨୦୧୯-୨୦ ଶିକ୍ଷାବର୍ଷ ପାଇଁ
ମୋଟ ୪୦ଜଣଙ୍କୁ ପିଏଚ୍‍ଡି ଡିଗ୍ରୀ ଏବଂ ୯୦ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯାଇଥିଲା । ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ
ଉତ୍ସବବିଶ୍ୱବିଦ୍ୟାଳୟ ନୂଆ ସମାବର୍ତ୍ତନ ପ୍ରେକ୍ଷାଳୟ ‘ଦୀକ୍ଷାନ୍ତ ଭବନ’ରେ ଅନୁଷ୍ଠିତ ହୋଇଥିଲା । ଉଭୟ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ପକ୍ଷରୁ
ଜାରି କରାଯାଇଥିବା କୋଭିଡ୍‍ ନିୟମାବଳୀ ଏହି ସମାରୋହରେ କଡ଼ାକଡ଼ି ଭାବେ ପାଳନ ହୋଇଥିଲା । ସମାବର୍ତ୍ତନ ଉତ୍ସବ ପାଳନ ପୂର୍ବରୁ
ଅଂଶଗ୍ରହଣକାରୀଙ୍କ ଆର୍‍ଟିପିସିଆର୍‍ ଏବଂ ଆଌକ୍ଷଗ୍ଧ;ିଜେନ୍‍ ଟେଷ୍ଟ କରାଯାଇଥିଲା, ଯେଉଁମାନଙ୍କ କୋଭିଡ୍‍ ନେଗେଟିଭ୍‍ ରିପୋର୍ଟ ଆସିଥିଲା, କେବଳ
ସେମାନଙ୍କୁ ହିଁ ଉତ୍ସବରେ ଅଂଶଗ୍ରହଣ ପାଇଁ ଅନୁମତି ଦିଆଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking