31.1 C
Bhubaneswar
Tuesday, March 24, 2026
Homeଓଡିଶାଓଲିଉଡ ମେଗା ଷ୍ଟାର ଉତ୍ତମ ମହାନ୍ତିଙ୍କ ପରଲୋକ

ଓଲିଉଡ ମେଗା ଷ୍ଟାର ଉତ୍ତମ ମହାନ୍ତିଙ୍କ ପରଲୋକ

ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ରର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଆଉ ଦୁନିଆରେ ନାହାନ୍ତି। ଦିଲ୍ଲୀରେ ଗୁରୁଗ୍ରାମ ମେଦାନ୍ତ ହସ୍ପିାଟଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ସେ ଲିଭର୍‌ ସିରୋସିସ୍‌ ରୋଗରେ ପୀଡ଼ିତ ଥିଲେ। ସେ ଲିଭର୍‌ ସିରୋସିସ୍‌ ରୋଗରେ ପୀଡ଼ିତ ଥିଲେ।ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ଓଡ଼ିଶା ଫିଲ୍ମ ଜଗତରେ ଶୋକର ଛାୟା ଖେଳି ଯାଇଛି।

ସେ ଓଡ଼ିଆ ସମେତ ବେଙ୍ଗଲି ଓ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ୧୯୭୭ରେ ସାଧୁ ମେହେରଙ୍କ ନିର୍ଦ୍ଦେଶି ଅଭିମାନ ଫିଲ୍ମ ଜରିଆରେ ଅଭିନୟ ଯୁଗରେ ପାଦ ଦେଇଥିଲେ। ଏହି ବିଶିଷ୍ଟ ଅଭିନେତା ୧୩୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ନିଜର ନିଖୁଣ ଓ କଳାତ୍ମକ ଅଭିନୟ ପାଇଁ ସେ ଅଲିଉଡ ନିଜର ସ୍ଵତନ୍ତ୍ର ସ୍ଥାନ ହାସଲ କରିବା ସହ ୧୯୮୦ ଦଶକରେ ସିନେମାରେ ରାଜ କରୁଥିଲେ। ସେ ଓଡ଼ିଆ ଫିଲ୍ମ ଜଗତକୁ ଉଦଣ୍ଡୀ ସୀତା, ଦଣ୍ଡା ବାଳୁଙ୍ଗା, ଜୋରଦାର ମୁଲକ ତାର, ଦେଖ ଖବର ରଖ ନଜର, ଲକ୍ଷ୍ମଣ ରେଖା, ସେଇ ଝିଅଟି, ବଡ଼ ଭାଉଜ, ମଞ୍ଜୁରୀ ଭିତରେ ଶାରୀ, ଏହି ହାମ ସଂସାର ପରଦେଶୀ ଚଢେଇ ଆଦି ସୁପର ହିଟ୍‌ ଫିଲ୍ମ ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking