ଭୁବନେଶ୍ୱର: ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟର ରାଣୀ ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କର ଗତକାଲି ବିଳମ୍ବିତ ରାତିରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ସୁଜ୍ଞାନ କୁମାରୀଙ୍କ ପରଲୋକରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକପ୍ରକାଶ କରିଛନ୍ତି। ଏହାସହ ସୁଜ୍ଞାନ କୁମାରୀଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି।
ଧର୍ମେନ୍ଦ୍ର ନିଜ ଟ୍ୱିଟ୍ରେ ଉଲ୍ଲେଖ କରିଛନ୍ତି ଯେ ସୁଜ୍ଞାନ କୁମାରୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଦୀର୍ଘ ସମୟ ଧରି ବିଧାୟିକା ଭାବେ ଓଡ଼ିଶାର ଜନମାନସରେ ସେ ସୁପରିଚିତ ଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ରାଜନେତ୍ରୀଙ୍କୁ ହରାଇଲା। ରାଜ୍ୟ ରାଜନୀତି ଜଗତରେ ଜନପ୍ରତିନିଧି ଭାବେ ତାଙ୍କର ଲୋକସେବା କାର୍ୟ୍ୟ ଗୁଡ଼ିକ ଚିର ସ୍ମରଣୀୟ ହୋଇ ରହିବ।