27.1 C
Bhubaneswar
Tuesday, January 13, 2026
Homeଦେଶ ବିଦେଶଭି.ନାରାୟଣନ୍‌ ଇସ୍ରୋର ନୂଆ ଅଧ୍ୟକ୍ଷ

ଭି.ନାରାୟଣନ୍‌ ଇସ୍ରୋର ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ: ବିଶିଷ୍ଟ ବୈଜ୍ଞାନିକ ଭି.ନାରାୟଣନଙ୍କୁ ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ ବା ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରାଯାଇଛି। ଦେଶକୁ ଚନ୍ଦ୍ରଯାନ-୩ର ଐତିହାସିକ ସଫଳତା ଦେଇଥିବା ଇସ୍ରୋ ମୁଖ୍ୟ ଏସ୍‌.ସୋମନାଥଙ୍କ କାର୍ଯ୍ୟକାଳ ସରିବାକୁ ଯାଉଛି। ଜାନୁଆରୀ ୧୪ରେ ରହିଛି ତାଙ୍କ କାର୍ଯ୍ୟକାଳର ଶେଷ ଦିନ। ତାଙ୍କ ସ୍ଥାନରେ ଡକ୍ଟର ଭି.ନାରାୟଣନ୍ ଇସ୍ରୋର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଆସନ୍ତା ୧୪ ତାରିଖରେ ସେ ଏସ୍. ସୋମନାଥଙ୍କ ଠାରୁ ଦାୟିତ୍ଵ ଗ୍ରହଣ କରିବେ ।

କେନ୍ଦ୍ର ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ୍ କମିଟି ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ନିର୍ଦେଶନାମା ଅନୁଯାୟୀ ନାରାୟଣନ୍ ଦୁଇ ବର୍ଷ ପାଇଁ ଏହି ପଦରେ ରହିବେ। ଦାୟିତ୍ଵ ଗ୍ରହଣ କରିବେ। ଇସ୍ରୋର ଜଣେ ପ୍ରତିଷ୍ଠିତ ବୈଜ୍ଞାନିକ ଭାବେ ସେ ବର୍ତ୍ତମାନ ଏଲପିଏସସି ର ଅଧ୍ୟକ୍ଷ ଅଛନ୍ତି। ପ୍ରାୟ ୪୦ ବର୍ଷ ଧରି ସେ ଭାରତୀୟ ମହାକାଶ ଗବେଷଣା ସହ ଜଡିତ। ଜିଏସଏଲଭି ଏମ୍‌କେ-୩ ପାଇଁ ଆବଶ୍ୟକ ସିଇ-୨୦ କ୍ରାୟୋଜେନିକ୍‌ ଇଞ୍ଜିନ୍ ତିଆରିରେ ନାରାୟଣନ୍ ପ୍ରମୁଖ ଭୂମିକା ନିର୍ବାହ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking