26.1 C
Bhubaneswar
Sunday, May 3, 2026
Homeଓଡିଶାଅବକାରୀ ସୁପରିଟେଣ୍ଡେଣ୍ଟ ନିଲମ୍ବିତ

ଅବକାରୀ ସୁପରିଟେଣ୍ଡେଣ୍ଟ ନିଲମ୍ବିତ

ଭୁବନେଶ୍ୱର :  ବେଆଇନ ମଦ କାରବାର ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ଘଟଣାରେ ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟଙ୍କୁ ନିଲମ୍ବିତ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମାମଲାରେ ସଂପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ କରାଯିବ । ଏଥି ସହିତ ବେଆଇନ ତଥା ଚୋରା ମଦ କାରବାରକୁ ସଂପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ଆବଶ୍ୟକୀୟ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ନେଇ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଚିକିଟି ଘଟଣାରେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କୁ ସ୍ୱତନ୍ତ୍ର ଚିକିତ୍ସା ସହାୟତା ଯୋଗାଇ ଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବେଆଇନ ମଦ କାରବାର ଘଟଣାରେ ୮ ଜଣଙ୍କୁ ଗିରଫ କରାଯାଇଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking