22.1 C
Bhubaneswar
Monday, December 15, 2025
Homeଓଡିଶାବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ଅଘଟଣ : ୨ ଆଇଟିଆଇ ଛାତ୍ର ମୃତ

ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ଅଘଟଣ : ୨ ଆଇଟିଆଇ ଛାତ୍ର ମୃତ

ବାରିପଦା : ମୟୂରଭଞ୍ଜ ଜିଲ୍ଲା ବାରିପଦା ସହର ଉପକଣ୍ଠ କାଠପାଳ ବନ୍ଧରେ ବୁଡ଼ି ୨ ଆଇଟିଆଇ ଛାତ୍ରଙ୍କ ପ୍ରାଣହାନି ଘଟିଥିବା ଜଣାପଡିଛି । ଏକ ଶିଳ୍ପତାଲିମ କେନ୍ଦ୍ରର ଏହି ଛାତ୍ର ଦ୍ବୟ ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ଅଘଟଣ ଘଟିଛି। ଉଭୟଙ୍କର ମୃତଦେହ ଉଦ୍ଧାର ହୋଇଛି। ଏକ ଶିଳ୍ପତାଲିମ କେନ୍ଦ୍ରର ଏହି ଛାତ୍ର ଦ୍ବୟ ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ଅଘଟଣ ଘଟିଛି। ଘଟଣା ସ୍ଥଳରେ ବାରିପଦା ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର ପାଇଁ ଉଦ୍ୟମ ଜାରି ରଖିଥିଲେ। ଛାତ୍ରଦ୍ବୟ ହେଲେ ବାଦାମପାହାଡ଼ ଅଞ୍ଚଳର ଠାକୁର ସୋରେନ ଓ କରଞ୍ଜିଆ ତାଟୋ ଅଞ୍ଚଳର ବଡ଼ଗାଁର ଭାଗ୍ୟ ପ୍ରକାଶ ପାତ୍ର। ଉଭୟ ହଷ୍ଟେଲରେ ରହି ପାଠପଢୁଥିବା ଜଣାପଡିଛି । ସୂଚନା ଥାଉକି ଗଣେଜ ପୂଜା ମୂର୍ତ୍ତି ବିସର୍ଜନ ସମୟରେ ବାରିପଦା ସଦରଥାନା ଅଧୀନ ଲକ୍ଷ୍ମୀପୋଷୀ ନିକଟ ସୁବର୍ଣ୍ଣରେଖା କେନାଲରେ ୨ଜଣ ଓଏଭି ଛାତ୍ର ବୁଡ଼ିବାର ୪ଦିନ ପରେ ପୁଣି ୨ ଛାତ୍ରଙ୍କ ମୃତ୍ୟୁ ଘଟଣା ଚିନ୍ତାର ବିଷୟ ହୋଇଛି।]

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking