33.1 C
Bhubaneswar
Monday, May 20, 2024
Homeଓଡିଶାକାଳବୈଶାଖୀ ନେଇ ୱେଲୋ ୱାର୍ଣ୍ଣିଂ ଜାରି

କାଳବୈଶାଖୀ ନେଇ ୱେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୫ ଦିନ ପର୍ୟ୍ୟନ୍ତ କାଳବୈଶାଖୀ ଲାଗିରହିବ ବୋଲି ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା । ଖାସ କରି ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହୁଛି । କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହୁଛି । ଏହାକୁ ନଜରରେ ରଖି ଆସନ୍ତା ୪ରୁ୫ ଦିନ ପର୍ୟ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଏହିସବୁ ଜିଲ୍ଲାଗୁଡ଼ିକ ମଧ୍ୟରେ ଅଛି, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଆଦି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହୁଛି । ଟ୍ଵିନ ସିଟିରେ ୪୦ ଡିଗ୍ରୀ ତଳେ ରହିବ ପାରଦ । ଅପରାହ୍ନରେ ଘଡଘଡି ସହିତ ବର୍ଷା ହେବ ତା ସାଙ୍ଗକୁ ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହୁଛି । ସମୁଦ୍ରରୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ସ୍ଥଳଭାଗକୁ ଆସୁଥିବା ଯୋଗୁଁ ବର୍ଷା ହେଉଛି ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking