ଭୁବନେଶ୍ୱର: ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୫ରୁ ୨୮ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟାରେ ଘନୀଭୂତି ହେବା ନେଇ ପାଣିପାଗ କେନ୍ଦ୍ରର ସୂଚନା ମିଳିଛି। ପ୍ରାୟ ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କିମି ପବନ ବହିବାର ପୂର୍ବାନୁମାନ କରାଯାଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଅରେଞ୍ଜ୍ ଓ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା କେନ୍ଦୁଝର, ଝାରସୁଗୁଡ଼ା ଓ ବରଗଡ଼। ସେହିପରି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ମୟୂରଭଞ୍ଜ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଥିବାବେଳେ ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ସତର୍କ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।










