27.1 C
Bhubaneswar
Sunday, July 7, 2024
Homeଓଡିଶାଉତ୍ତର ଓଡ଼ିଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର ଓଡ଼ିଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୪୮ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆଜିଠାରୁ ଶୁକ୍ରବାର ସକାଳ ୮ଟା ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରାଯାଉଛି । ଆସନ୍ତାକାଲି ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୨ଟି ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାଗୁଡ଼ିକରେ ୭ରୁ ୧୧ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ଶୁକ୍ରବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏହି ୨ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking