କୋଲକାତା : ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ପଦ ପାଇଁ ଭୋଟଗ୍ରହଣ କରାଯିବ ବୋଲି ନିର୍ବାଚନ କମିଶନ ବିଜ୍ଞପ୍ତି ଜାରି କରିସାରିଛନ୍ତି । ତେବେ ତୃଣମୂଳ କଂଗ୍ରେସ (ଟିଏମ୍ସି) ଏହି ନିର୍ବାଚନରେ ଭୋଟଦାନରୁ ବିରତ ରହିବ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍ସି ସୁପ୍ରିମୋ ମମତା ବାନାର୍ଜୀ ଗୁରୁବାର ସ୍ପଷ୍ଟ କରିଛନ୍ତି ।
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଏନ୍ଡିଏ ପକ୍ଷରୁ ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଜଗଦୀପ ଧନ୍କରଙ୍କୁ ଏବଂ ବିରୋଧୀ ମେଣ୍ଟ ପକ୍ଷରୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ମାର୍ଗାରେଟ୍ ଆଲ୍ଭାଙ୍କୁ ପ୍ରାର୍ଥୀ କରାଯାଇଛି । ତେବେ ଆଲ୍ଭାଙ୍କୁ ପ୍ରାର୍ଥୀ ମନୋନୟନ ପ୍ରକ୍ରିୟାରେ ଟିଏମ୍ସିର ମତାମତ ଲୋଡାଯାଇନଥିବାରୁ ମମତା କ୍ଷୁବ୍ଧ ହୋଇ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡିଛି । ସୂଚନାଯୋଗ୍ୟ ଧନ୍କର ପଶ୍ଚିମବଙ୍ଗ ରାଜ୍ୟପାଳ ଦାୟିତ୍ୱ ନିର୍ବାହ କରୁଥିବାବେଳେ ମମତାଙ୍କ ସହ ବିଭିନ୍ନ ପ୍ରସଙ୍ଗ ନେଇ ମତାନ୍ତର ଓ ମନାନ୍ତର ଲାଗିରହିଥିଲା ।