33.1 C
Bhubaneswar
Saturday, October 5, 2024
Homeଓଡିଶାରାଜନୀତିରେ ଜୟ ପରାଜୟ ଲାଗି ରହେ : ଧର୍ମେନ୍ଦ୍ର ପ୍ରଧାନ

ରାଜନୀତିରେ ଜୟ ପରାଜୟ ଲାଗି ରହେ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ବିଜେପି ମିଛ କହୁଥିବା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟ ଉପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି ।। ସେ କହିଛନ୍ତି ଯେ ରାଜନୀତିରେ ଜୟ ପରାଜୟ ଲାଗି ରହେ । ଜୟରେ ବହୁତ ଉନ୍ମାଦିତ ଏବଂ ପରାଜୟରେ ହତୋତ୍ସାହିତ ହେବାର ଆବଶ୍ୟକତା ନାହିଁ । ପୂର୍ବରୁ ବିଜେପି ବହୁତ ଥର ହାରିଛି, ଦେଶରେ ୨ଟି ଲୋକସଭା ଆସନ ଥିଲା, ଓଡ଼ିଶାରେ କିଛି ଲୋକ ବିଜେପିକୁ ସାଇନ୍ ବୋର୍ଡ ପାର୍ଟି କହୁଥିଲେ । କିନ୍ତୁ ଏବେ ଓଡ଼ିଆ ଲୋକଙ୍କ ଆଶୀର୍ବାଦରେ ସେବା କରିବାର ସୁଯୋଗ ମିଳିଛି । ଲୋକ ମାନେ ଯାହାକୁ ଯେଉଁ ଭୂମିକା ଦେଇଛନ୍ତି, ଯାହାକୁ ସେବା କରିବାର ଭୂମିକା ଦେଇଛନ୍ତି, ସେ ସେବା କରୁ । ଯାହାକୁ ଦାୟିତ୍ଵ ସମ୍ପନ୍ନ ବିରୋଧୀ ଦଳ ଭାବେ ଦାୟିତ୍ଵ ଦେଇଛନ୍ତି, ସେ ତାକୁ ପାଳନ କରନ୍ତୁ । ବାକି ଲୋକ ବିଚାର କରିବେ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking