ସୁନ୍ଦରଗଡ : ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ ବାବୁ । ସୁନ୍ଦରଗଡ ବୋଣାଇ ଆଇଟିଡିଏ ପକଳ୍ପ ଅଧିକାରୀ ବିଶ୍ୱଦର୍ଶୀ ସାହୁଙ୍କ ବିଭିନ୍ନ ଠିକଣାରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚଢାଉ କରିଛି । ଭୁବନେଶ୍ୱରର ଓଲ୍ଡ ଟାଉନ ସ୍ଥିତ ଶ୍ରୀରାମ ନଗରରେ ଦୁଇ ମହଲା ବିଶିଷ୍ଟ ଘର ଲକ୍ଷ୍ମୀସାଗର ସ୍ଥିତ ଆପାର୍ଟମେଣ୍ଟ, ଖାରବେଳନଗର ସ୍ଥିତ ଆପାର୍ଟମେଣ୍ଟ, ବାଲେଶ୍ବର ସେନ୍ ରୋଡ୍ ସ୍ଥିତ ଆପାର୍ଟମେଣ୍ଟ, ଯାଜପୁର ଟାଉନ ସ୍ଥିତ ସମ୍ପର୍କୀୟଙ୍କ ଘର, ବୋଣାଇ ସ୍ଥିତ ଅଫିସ୍ ଓ କ୍ବାଟରରେ ଏକକାଳୀନ ଚଢଉ କରୁଛି ଭିଜିଲାନ୍ସ ବିଭାଗ । ଭିଜିଲାନ୍ସ ବିଭାଗର ଜଣେ ଅତିରିକ୍ତ ଏସପି, ତିନି ଜଣ ଡିଏସପି, ୧୦ ଇନସ୍ପେକ୍ଟରଙ୍କ ସମେତ ଅନ୍ୟ ଅଧିକାରୀ ନିୟୋଜିତ ହୋଇଛନ୍ତି । ବିନା ଲାଇସେନ୍ସରେ କରତ କଳ ଚାଲିଥିଲା ସେନେଇ ତଦନ୍ତ କରାଯାଉଛି । ଦୀର୍ଘ ଦିନ ଧରି ବେଆଇନ ଭାବେ ଏହି କରତ କଳ ଚାଲିଆସୁଥିଲା। ହେଲେ ଏବେ ଏଠାରେ ସ୍ଥାନୀୟ ପୋଲିସ ଓ ଭିଜିଲାନ୍ସ ବିଭାଗ ମିଳିତ ଭାବେ ରେଡ୍ କରିଛନ୍ତି ।