କଳାହାଣ୍ଡି : ଭିଜିଲାନ୍ସ ଜାଲରେ ଭବାନୀପାଟଣା ଭିଜିଲାନ୍ସ ପିପି ଆଶୁତୋଷ ମିଶ୍ର । ମହୁଲପାଟଣା ଫାଣ୍ଡି ପୁର୍ବତନ ଏ ଏସ ଆଇ ମଳୟ ରଣା ଙ୍କ ଭିଜିଲାନ୍ସ କେଶ ରଫା ଦଫା ପାଇଁ ୧ ଲକ୍ଷ ଟଙ୍କା ଲାଂଚ ନେଉଥିବା ବେଳେ କଟକ ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଛନ୍ତି। ଭବାନୀପାଟଣା ଭିଜିଲାନ୍ସ ପିପି ଆଶୁତୋଷ ମିଶ୍ର ଏ ଏସ ଆଇ ଠାରୁ ୩ ଲକ୍ଷ ଦାବି କରୁଥିଲେ ଆଜି ତାଙ୍କ ଟିଭି ସେଣ୍ଟର ପଡା ବାସଗୃହ ରେ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଚଢାଉ କରିଥିଲା।