40.1 C
Bhubaneswar
Thursday, April 25, 2024
Homeଓଡିଶାଭିଜିଲାନ୍ସ ହାତରେ ଟିଡିସିସି ଜିଲ୍ଲା ପରିଚାଳକ ଜୟପ୍ରକାଶ ମହାନ୍ତି

ଭିଜିଲାନ୍ସ ହାତରେ ଟିଡିସିସି ଜିଲ୍ଲା ପରିଚାଳକ ଜୟପ୍ରକାଶ ମହାନ୍ତି

ସୁନ୍ଦରଗଡ: ଭିଜିଲାନ୍ସ ଜାଲରେ ଟିଡିସିସି ଜିଲ୍ଲା ପରିଚାଳକ ଜୟପ୍ରକାଶ ମହାନ୍ତି। ୧୯ଲକ୍ଷ ଟଙ୍କା ନେଇ କାରରେ ଘରକୁ ଯାଉଥିବାବେଳେ କୌଣସି ସୂତ୍ରରୁ ଖବର ପାଇ ଭିଜିଲାନ୍‌ସ ଟିମ୍‌ ତାଙ୍କ ପିଛା କରିଥିଲା। ସେ ସକାଳୁ ସୁନ୍ଦରଗଡ଼ ସହରରୁ ଏକ କାର ଯୋଗେ ଟଙ୍କା ନେଇ ଘରକୁ ଯାଉଥିଲେ। କୌଣସି ସୂତ୍ରରୁ ଖବର ପାଇ ସୁନ୍ଦରଗଡ଼ ଭିଜିଲାନ୍ସ ଡିଏସପି ସୁଧାଂଶୁ ପୂଜାରୀଙ୍କ ନେତୃତ୍ଵରେ ଏକ ଟିମ ତାଙ୍କୁ ପିଛା କରି ମସ୍ନିକାନୀ ଟୋଲ୍ ପ୍ଲାଜାରେ ଅଟକାଇ ଯାଞ୍ଚ କରିଥିଲେ। ଗାଡିରେ ୧୯ ଲକ୍ଷରୁ ଅଧିକ ଟଙ୍କା ଥିବା ଜଣା ପଡିଥିଲା। ଟିମ ପ୍ରାଥମିକ ଭାବେ ପଚରାଉଚୁରା କରିଥିଲେ ମଧ୍ୟ ସେ ଟଙ୍କା ସମ୍ପର୍କରେ କୌଣସି ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ। ଶେଷରେ ଭିଜିଲାନ୍ସ ତାଙ୍କୁ ଅଫିସକୁ ଆଣି ଅଧିକ ତଦନ୍ତ ଆରମ୍ଭ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking