ଦେବଗଡ: ଗତ ସୋମବାର ଦିନ ତିଲେଇବଣୀ ବ୍ଲକର ଢ଼ୋଲପଡ଼ା, ଦୁଧିଆନାଳି, ତାଳକୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲ।। ଏହାସହିତ ବିଦ୍ୟୁତ୍ ସରାବରାହ ବ୍ୟାହାତ ହୋଇଥିଲା।ତେବେ ସଜାଡିବାକୁ ଆସିଥିବା କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ପକାଇଥିଲେ ଗ୍ରାମବାସୀ। ଦେବଗଡ ଜିଲ୍ଲା ତିଲେଇବଣୀ ବ୍ଲକର ଦୁଧିଆନାଳୀ ଗ୍ରାମରେ ଏଭଳି ଏକ ଘଟଣା ଘଟିଛି।
କାଳବୈଶାଖୀ ଯୋଗୁଁ ଚାରିଦିନ ହେଲା ସଂପୃକ୍ତ ଅଞ୍ଚଳରେ ବିଦ୍ୟୁତ ସରବରାହ ବାଧାପ୍ରାପ୍ତ ଥିଲା। ଗୁରୁବାର ବିଦ୍ୟୁତ ବିଭାଗ ପକ୍ଷରୁ ଏହାକୁ ସଜାଡିବାକୁ ଆସିଥିବାବେଳେ ତିନି କର୍ମଚାରୀଙ୍କୁ ଉତ୍ୟକ୍ତ ଗ୍ରାମବାସୀ ଖୁଣ୍ଟରେ ବାନ୍ଧି ଉଚ୍ଚ ପଦସ୍ଥ ଅଧିକାରୀଙ୍କୁ ଘଟଣାସ୍ଥଳକୁ ଆସିବାକୁ ଦାବି କରିଛନ୍ତି।ବିଦ୍ୟୁତ ସରବରାହ ବାଧାପ୍ରାପ୍ତ ହେବା ଯୋଗୁଁ ଫସଲ ଓ ପନିପରିବା ଚାଷ ନଷ୍ଟ ହୋଇଥିବା ଅଭିଯୋଗ କରି ଗ୍ରାମବାସୀ ଏଭଳି ପଦକ୍ଷେପ ନେଇଥିବା ଜଣାପଡିଛି । ଖବର ପାଇ କଂସର ଫାଣ୍ଡି ପୁଲିସ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ କରିଥିଲେ। ପୁଲିସ ପହଞ୍ଚିବା ପୂର୍ବରୁ ସଜାଡିବାକୁ ଆସିଥିବା କର୍ମଚାରୀଙ୍କୁ ଗ୍ରାମବାସୀମାନେ ଛାଡି ଦେଇଥିଲେ।










