26.1 C
Bhubaneswar
Sunday, August 30, 2026
Homeଓଡିଶାପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ

ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ

ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା
ଭୁବନେଶ୍ୱର: ଦରମା ଓ ଭତ୍ତା ସମ୍ପର୍କିତ ପାର୍ଲାମେଣ୍ଟ ଯୁଗ୍ମ କମିଟି ଭୁବନେଶ୍ୱର ଗସ୍ତରେ ଆସିଥିବାବେଳେ ଆଜି ପ୍ରଥମେ ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଓ ପରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଓ ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ଓ ଅଧିକାରୀମାନଙ୍କ ସହ ପୃଥକ ପୃଥକ ଭାବେ ଓଡ଼ିଶା ବିଧାନସଭା ସଦସ୍ୟମାନଙ୍କର ଦରମା ଓ ଅନ୍ୟାନ୍ୟ ଭତ୍ତା ସହ ପୂର୍ବତନ ବିଧାୟକମାନଙ୍କର ପେନ୍‌ସନ୍‌ ଓ ଭତ୍ତା ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ଓଡ଼ିଶାର ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ପାଇଁ ସଂସଦ ଓ ଅନ୍ୟ ରାଜ୍ୟର ବିଧାୟକମାନଙ୍କ ଦରମା, ଭତ୍ତା ଓ ଆନୁଷଙ୍ଗିକ ସୁବିଧା ସମ୍ପର୍କରେ ମଧ୍ୟ ତୁଳନାତ୍ମକ ବିବରଣୀ ଉପସ୍ଥାପନ କରିବା ସହ ରାଜ୍ୟର ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କୁ ମିଳୁଥିବା ଦରମା ଓ ଭତ୍ତାର ପରିବର୍ତ୍ତନର ଆବଶ୍ୟକତା ରହିଛି ବୋଲି ଯୁଗ୍ମ କମିଟି ଅନୁଭବ କରିଥିଲେ । କମିଟିର ଅଧ୍ୟକ୍ଷ ସାଂସଦ ବୀରେନ୍ଦ୍ର ପ୍ରସାଦ ବୈଶ୍ୟଙ୍କ ସମେତ ସାଂସଦ ବିଜୟ କୁମାର ଦୁବେ, ବୀଣା ଦେବୀ, କେ. ଗୋପୀନାଥ, ବାବୁ ସିଂ କୁଶୱାହା, ରିଚାର୍ଡ ଭାମିଲାହମନଙ୍ଗିଆଙ୍କ ସହ ସଂସଦର ନିର୍ଦ୍ଦେଶକ ଭଟଶାଳା ଜୋଷୀ ପ୍ରମୁଖ ଭୁବନେଶ୍ୱର ଗସ୍ତରେ ଆସିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking