25.1 C
Bhubaneswar
Monday, December 8, 2025
Homeଓଡିଶାକାଲି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

କାଲି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଚତାଲାଗି ଅମାବାସ୍ୟା । ଏନେଇ ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ସନ ବନ୍ଦ ରହିବ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ବନ୍ଦ ରହିବ ସାଧାରଣ ଦର୍ଶନ । ଅପରାହ୍ନ ୨ଟା୩୦ରୁ ସଂଧ୍ୟା ୬ଟା ୩୦ ପଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଆସନ୍ତାକାଲି ମହାପ୍ରଭୁଙ୍କ ମସ୍ତକରେ ସୁବଣ୍ଣ ଚିତା ଲାଗି ହେବ । ଶ୍ରାବଣ ଅମାବାସ୍ୟା ଦିନ ଶ୍ରୀମନ୍ଦିର ତିନିଠାକୁରଙ୍କ ଲଲାଟରେ ଦଇତାପତିମାନେ ଚିତା ଲାଗି କରୁଥିବାରୁ ଏହାର ନାମ ଚିତାଲାଗି ଅମାବାସ୍ୟା ରଖାଯାଇଛି। ସ୍ନାନ ପୂର୍ଣ୍ଣିମା ଦିନ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଲଲାଟରୁ ଯେଉଁ ଚିତା ଉଲାଗି କରାଯାଇଥାଏ ତାହା ପୁଣି ଶ୍ରାବଣ ମାସ ଅମାବାସ୍ୟା ତିଥିରେ ଲାଗି କରାଯାଏ । ଶ୍ରୀଜଗନ୍ନାଥଙ୍କ ମସ୍ତକରେ ହୀରାଖଚିତ ଧଳା ଚିତା, ଶ୍ରୀ ବଳଭଦ୍ରଙ୍କ ମସ୍ତକରେ ନୀଳାଖଚିତ ନିଳ ଚିତା ଏବଂ ଦେବୀ ସୁଭଦ୍ରାଙ୍କ ମସ୍ତକରେ ମାଣିକ୍ୟ ଖଚିତ ନାଲି ଚିତା ଲାଗି କରାଯାଏ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking