29.1 C
Bhubaneswar
Sunday, September 8, 2024
Homeଓଡିଶାବିଜେପିର ମୁଖା ଖୋଲିଲେ ପାଣ୍ଡିଆନ

ବିଜେପିର ମୁଖା ଖୋଲିଲେ ପାଣ୍ଡିଆନ

• ସେମାନେ ମିଛ କହୁଛନ୍ତି, ଅପପ୍ରଚାର କରୁଛନ୍ତି

• ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଦେଖି ସେମାନଙ୍କ ମୁଣ୍ଡ କାମ କରୁନି, କୋଉଠି କ’ଣ କହୁଛନ୍ତି ଜାଣିପାରୁନାହାନ୍ତି

• ପୁରୀ ମନ୍ଦିର କାମ ଏତେ ସୁନ୍ଦର ହୋଇଛି, ସେମାନେ ସହି ପାରୁନାହାନ୍ତି, କହୁଛନ୍ତି ୪ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇଛି, କିନ୍ତୁ ପ୍ରକୃତରେ ଖର୍ଚ୍ଚ ହୋଇଛି ମାତ୍ର ୩୫୦ କୋଟି ଟଙ୍କା

• ତାଙ୍କର ସବୁ ନେତା ଆସି କହୁଛନ୍ତି ଓଡ଼ିଶାକୁ ଏକ ନମ୍ୱର କରିବେ

• ଆସାମ ମୁଖ୍ୟମନ୍ତ୍ରୀ ବି କହୁଛନ୍ତି ଓଡ଼ିଶାକୁ ଏକ ନମ୍ବର କରିବେ, ତା’ହେଲେ ଆସାମକୁ କ’ଣ କରିବେ ?

• ଯୁଆଡ଼େ ଯାଉଛନ୍ତି, କହୁଛନ୍ତି-ଏକ ନମ୍ବର କରିବେ, କର୍ଣ୍ଣାଟକ, ତେଲେଙ୍ଗାନା, ମହାରାଷ୍ଟ୍ର ସବୁଠି କହୁଛନ୍ତି ସେହି ରାଜ୍ୟକୁ ଏକ ନମ୍ବର କରିବେ, ପ୍ରଥମେ ଆଗେ ନିଷ୍ପତ୍ତି କରନ୍ତୁ କେଉଁ ରାଜ୍ୟକୁ ଏକ ନମ୍ବର କରିବେ ?

• ୨୫ ବର୍ଷ ହେଲା ଡବଲ ଇଞ୍ଜିନ ସରକାର ଥାଇ ଏପର୍ଯ୍ୟନ୍ତ ଗୁଜରାଟକୁ ଏକ ନମ୍ବର କରିପାରିଲେ ନାହିଁ

• ସେମାନେ କେବଳ ଆପଣମାନଙ୍କୁ ଭୁଆଁ ବୁଲାଉଛନ୍ତି

ମିଛ ର ସବୁ ସୀମା ଟପି ଯାଇଛନ୍ତି.

• ମୁଖ୍ୟମନ୍ତ୍ରୀ ୯ କୋଟି ଟଙ୍କା ଖର୍ଚ୍ଚ କରି ଅଲାରନାଥ ମନ୍ଦିରର ରୂପାନ୍ତରଣ କରିଛନ୍ତି, ୫ କୋଟି ଖର୍ଚ୍ଚ କରି ବାଲିହରଚଣ୍ଡୀ ମନ୍ଦିରର ରୂପାନ୍ତରଣ କରିଛନ୍ତି

• ନବୀନ ପଟ୍ଟନାୟକ ଜୁନ ୯ ତାରିଖ ଦିନ ଶପଥ ନେବା ପରେ ଆପଣମାନଙ୍କ ବିଜୁଳି ବିଲ ଛାଡ଼୍‍ କରିବେ, ତା’ପରେ ସମସ୍ତଙ୍କୁ ବି.ଏସ୍‍.କେ.ୱାଇରେ ସାମିଲ କରିବେ, ତା’ପରେ ମିଶନ ଶକ୍ତି ସଭ୍ୟ ଓ କର୍ମୀମାନଙ୍କୁ ପେନ୍‍ସନ ଦେବେ,

• ବିଜେପି ମଧ୍ୟ କହୁଛି ମାଗଣା ବିଜୁଳି ଦେବ, ଆପଣ ୫୦ ହଜାର ଟଙ୍କା ଦେବେ, ତା’ପରେ ସୂର୍ଯ୍ୟକିରଣରୁ ପାଇବେ ବିଜୁଳି, କେବଳ ଦିନରେ ଲଣ୍ଠନ ଦେଖେଇବା ଛଡ଼ା ଆଉ କିଛି ଜାଣନ୍ତି ନାହିଁ

• ଓଡ଼ିଶାରେ କେବଳ ନବୀନବାବୁଙ୍କ ବିଜୁଳି ଚାଲିବ

• ଆପଣମାନେ ନବୀନ ବାବୁଙ୍କୁ ଆଶୀର୍ବାଦ କରନ୍ତୁ, ଷଷ୍ଠଥର ପାଇଁ ମୁଖ୍ୟମନ୍ତ୍ରୀ କରି ରେକର୍ଡ ସୃଷ୍ଟି କରନ୍ତୁ

• ବିଜୁ ଜନତା ଦଳ ହେଉଛି ଲକ୍ଷ୍ମୀବନ୍ତ ଦଳ, ସମସ୍ତଙ୍କ ଘରକୁ ଖୁସି ଆଣିଛି, ଏବେ ସମସ୍ତଙ୍କ ଘର ଆଲୋକିତ ହେବ- ଅରୂପ ପଟ୍ଟନାୟକ

ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ କୃଷ୍ଣପ୍ରସାଦରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର

• ବିଜେପି ଦଳରୁ ବହୁ ନେତା ଆସି କହୁଛନ୍ତି ଚିଲିକାରେ ସେତୁ କରିବେ

• ୨୦୧୪ ନିର୍ବାଚନ ବେଳେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରି ଆସି କହିଥିଲେ ଚିଲିକାରେ ସେତୁ କରିବେ ବୋଲି, ଏ ପର୍ଯ୍ୟନ୍ତ ହେଲା କି ?

• କେନ୍ଦ୍ର ଜଙ୍ଗଲ ମନ୍ତ୍ରୀ ଭୁପେନ୍ଦ୍ର ଯାଦବଙ୍କ ମତ ଚିଲିକା ଉପରେ ସେତୁ ହୋଇପାରିବ ନାହିଁ

• ସେମାନଙ୍କ କଥାରେ ତାଳମେଳ ରହୁନି, କେବଳ ଲୋକଙ୍କୁ ଠକିବା ପାଇଁ କହୁଛନ୍ତି

• ଭୋଟବେଳେ ବିଜେପି ଦଳ ଲୋକଙ୍କ ପ୍ରତି ଯେଉଁ ଆନ୍ତରିକତା ଦେଖାଉଛି, ଭୋଟ ପରେ ମଧ୍ୟ ଲୋକଙ୍କ ପ୍ରତି ସେଭଳି ଆନ୍ତରିକତା ସେମାନେ ରଖିବେ ବୋଲି ମୋର ଆଶା

• ଯଦି ଚିଲିକାରେ ସେତୁ ହେବ, ଆମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିବେ

• ନବୀନ ପଟ୍ଟନାୟକ ମହାନଦୀ, ବ୍ରାହ୍ମଣୀ ପରି ବଡ଼ ବଡ଼ ନଦୀରେ ସେତୁ କରିଛନ୍ତି, ଯଦି କେନ୍ଦ୍ର ସରକାରଙ୍କ ଅନୁମତି ମିଳିବ, ତେବେ ନବୀନବାବୁ ୩ ବର୍ଷ ମଧ୍ୟରେ ଚିଲିକା ଉପରେ ସେତୁ କରି ଦେଖାଇଦେବେ

• ସେତୁ ନିର୍ମାଣ ପୂର୍ବରୁ ଚିଲିକାରେ ଯାତ୍ରୀବାହୀ ନୌକାସଂଖ୍ୟା ବୃଦ୍ଧି କରାଯିବ

• ଚିଳିକାରେ ଡ୍ରେଜିଙ୍ଗ ପାଇଁ ୧୨.୭୦ କୋଟି ଟଙ୍କା ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ

• ଫନୀ ବାତ୍ୟାବେଳେ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଥିଲା କୃଷ୍ଣପ୍ରସାଦ ବ୍ଲକ, ସେ ସମୟରେ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ପ୍ରତି ପଞ୍ଚାୟତକୁ, ମନ୍ତ୍ରୀ, ଏମ୍‍.ଏଲ୍‍.ଏ ଓ ଅଧିକାରୀମାନଙ୍କୁ ପଠାଇଥିଲେ ମୁଖ୍ୟମନ୍ତ୍ରୀ

ସେତେବେଳେ ଭୋଟ ନ ଥିଲା. ଲୋକଙ୍କ ସେବା ଓ ଭଲ ପାଇବା ପାଇଁ ମୁଖ୍ୟମନ୍ତ୍ରୀ ଏହା କରିଥିଲେ .

• ଏବେକାର ବିଧାୟକ ୫ ବର୍ଷ ମଧ୍ୟରେ ଥରେ ବି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଲୋକଙ୍କ ସମସ୍ୟା ନେଇ ଆସିନାହାନ୍ତି, ତା’ହେଲେ ସେ ଲୋକଙ୍କ ପାଇଁ କାମ କଣ କରିଛନ୍ତି ?

• ଜୁନ ୯ ତାରିଖରେ ନବୀନ ପଟ୍ଟନାୟକ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ

• ଶପଥ ନେବାପରେ ପ୍ରଥମ ଦସ୍ତଖତ ହେବ, ଓଡ଼ିଶାର ୯୦ ପ୍ରତିଶତ ପରିବାର ପାଇଁ ବିଜୁଳି ବିଲ ବନ୍ଦ

• ଦ୍ୱିତୀୟ ଦସ୍ତଖତ ହେବ, ସମସ୍ତେ ବି.ଏସ୍‍.କେ.ୱାଇରେ ସାମିଲ ହେବେ

• ତୃତୀୟ ଦସ୍ତଖତ, ୬୦ ବର୍ଷ ପରେ ମିଶନ ଶକ୍ତି ମା’ମାନଙ୍କ ପାଇଁ ପେନସନ୍‍ ବ୍ୟବସ୍ଥା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking