36.1 C
Bhubaneswar
Sunday, June 16, 2024
Homeଓଡିଶା୨୫ ରେ ଭୋଟ; ଆଜି ସରୁଛି ପ୍ରଚାର

୨୫ ରେ ଭୋଟ; ଆଜି ସରୁଛି ପ୍ରଚାର

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୨୫ ତାରିଖ ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେବ । ରାଜଧାନୀ ଭୁବନେଶ୍ବରରେ ମଧ୍ୟ ଏହି ପର୍ଯ୍ୟାୟରେ ମତଦାନ କରାଯିବ। ସୁରକ୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ସିଆରପିଏଫ ଏବଂ କମିସନରେଟ୍ ପୁଲିସ୍‌ ପକ୍ଷରୁ ଫ୍ଲାଗମାର୍ଚ୍ଚ କରାଯାଇଛି। କେଦାରନାଥପଲ୍ଲୀରେ ଫ୍ଲାଗମାର୍ଚ୍ଚ କରାଯାଇଛି । ଗୁରୁବାର ସନ୍ଧ୍ୟାରେ ତଥା ଆଜି ସରୁଛି ପ୍ରଚାର । ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରାଯାଉଛି। କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଆଦି ୬ ସଂସଦୀୟ କ୍ଷେତ୍ର ତଥା ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନରେ ମତଦାନ ହେବ। ଭୁବନେଶ୍ୱରରେ ଅପରାଜିତା ଷଡ଼ଙ୍ଗୀ,ମନ୍ମଥ ରାଉତରାୟ ଏବଂ ୟାସିର ନୱାଜଙ୍କ ମଧ୍ୟରେ କଡ଼ା ଲଢ଼େଇ ହେବ। ସେହିପରି ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେଡିର ପ୍ରଣବ ପ୍ରକାଶ ଦାସ ଏବଂ କଂଗ୍ରେସର ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନଙ୍କ ମଧ୍ୟରେ ଲଢ଼େଇ ହେବ। କଟକରେ ବିଜେପିର ଭର୍ତ୍ତୃହରି ମହତାବଙ୍କ ସହ ବିଜେଡିର ସଂତୃପ୍ତ ମିଶ୍ର ଏବଂ କଂଗ୍ରେସର ସୁରେଶ ମହାପାତ୍ରଙ୍କ ମଧ୍ୟରେ ଲଢ଼େଇ ହେବ। ସେହିପରି ପୁରୀରେ ସମ୍ବିତ ପାତ୍ର, ଅରୁପ ପଟ୍ଟନାୟକ ଏବଂ ଜୟନାରାୟଣ ପଟ୍ଟନାୟକଙ୍କ ମଧ୍ୟରେ କଡ଼ା ମୁକାବିଲା ହେବ।
ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ସହ ବସ୍ତି ଅଞ୍ଚଳରେ ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ଫ୍ଲାଗମାର୍ଚ୍ଚ କରାଯାଇଛି ବୋଲି କମିସନରେଟ ପୁଲିସ୍ କହିଛି। ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ଭାବରେ କରିବା ପାଇଁ ଜନସାଧାରଣଙ୍କୁ ପୁଲିସ୍ ପକ୍ଷରୁ ସଚେତନ କରାଯାଇଛି। ଏକାଧିକ ବ୍ୟକ୍ତି ଗୋଟିଏ ଜାଗାରେ ଏକାଠି ନ ହେବା ପାଇଁ କୁହାଯାଇଛି। ଅପରାଧିକ କାର୍ଯ୍ୟକଳାପରୁ ଦୂରେଇ ରହିବା ପାଇଁ କୁହାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking