25.9 C
Bhubaneswar
Tuesday, April 7, 2026
Homeଓଡିଶାପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ସତର୍କତା

ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ସତର୍କତା

ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି ଲଘୁଚାପ ବର୍ଷା । ଆସନ୍ତା ୨୯ ତାରିଖରେ ପୂର୍ବକେନ୍ଦ୍ରୀୟ ତଥା ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ୨ ଦିନ ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଆଡ଼େ ମୁହାଁଇବ। ଏହାର ପ୍ରଭାବରେ ଆଜିଠୁ ୩୧ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି। ଏସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି ଓ ଗଞ୍ଜାମ ଜିଲ୍ଲା। ସେହିପରି ୩୦ରୁ ୩୧ ତାରିଖ ମଧ୍ୟରେ ମାଲକାନଗିରି ଓ କୋରାପୁଟ ଜିଲାକୁ ଅତି ଭୀଷଣ ବର୍ଷା ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking