28.2 C
Bhubaneswar
Tuesday, June 23, 2026
Homeଓଡିଶାପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ସତର୍କ ସୂଚନା

ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ଏହା ପ୍ରଭାବରେ ସୃଷ୍ଟି ହେଇଛି ଲଘୁଚାପ। ଯଦିଓ ଏହି ଲଘୁଚାପର ପ୍ରଭାବ ବିଶେଷ ଅଧିକ ରହିବ ନାହିଁ; ତଥାପି ଏହାର ପ୍ରଭାବରେ ଆଜି କିଛି ଜିଲ୍ଲାରେ ବର୍ଷା ହୋଇପାରେ। ବର୍ତ୍ତମାନ ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ୨୯ ତାରିଖ ପାଇଁ ରାଜ୍ୟର କିଛି ଜିଲ୍ଲା ପାଇଁ ଆଲର୍ଟ ଜାରି ହୋଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁସାରେ, ଆଜି ଝାରୁସୁଗଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହା ସହ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରି ୟେଲୋ ୱାର୍ଣିଂ ଦିଆ ଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking