30 C
Bhubaneswar
Saturday, May 17, 2025
Homeଓଡିଶା୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ସତର୍କ ସୂଚନା ଜାରି

୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆହୁରି ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଆସନ୍ତା ୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଜୁଳି, ଘଡ଼ ଘଡ଼ ସହ ମଧ୍ୟମ ଧରଣ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଂଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାକୁ ଅଲର୍ଟ କରାଯାଇଛି । ଅନ୍ୟପଟେ ଆସନ୍ତା ୧୨ ଘଣ୍ଟାରେ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ଅବପାତରେ ରୂପ ନେଇପାରେ । ଏହାର ପ୍ରଭାବରେ ଆଜିଠୁ ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking