34.1 C
Bhubaneswar
Tuesday, March 24, 2026
Homeଓଡିଶା୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ୱାର୍ଣ୍ଣଂ ଜାରି

୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ୱାର୍ଣ୍ଣଂ ଜାରି

ଭୁବନେଶ୍ବର : ଭୁବନେଶ୍ବର ଆଞ୍ଚଳିକ ପାଣିପାରଗ ବିଭାଗ ପକ୍ଷରୁ ରାଜ୍ୟର ୮ ଜିଲ୍ଲାକୁ ୩ ଘଣ୍ଟା ପାଇଁ ଅରେଞ୍ଜ ୱାର୍ଣ୍ଣଂ ଜାରି କରାଯାଇଛି। କୋରାପୁଟ, ରାୟଗଡ଼ା, କନ୍ଧମାଳ,ଗଞ୍ଜାମ, ସୁନ୍ଦରଗଡ଼, ସମ୍ବଲପୁର, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣଂ ଜାରି କରାଯାଇଛି। ଏସବୁ ଜିଲ୍ଲାର ତଳିଆ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁ ପାଣି ଜମିବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର କହିଛି। ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଗୁରୁବାର ଅନୁଗୋଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ ଓ କଟକ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର,କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking