27.1 C
Bhubaneswar
Friday, March 29, 2024
Homeଓଡିଶା୯ଟି ଜିଲ୍ଲାରେ ବର୍ଷା ସମ୍ଭାବନା

୯ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ରାଜ୍ୟରେ ଶୀତର ପ୍ରକୋପ ଧିରେ ଧିରେ କମିବା ବେଳ ପୁଣି ପାଗରେ ପରିବର୍ତ୍ତନ ଆସିଛି । କିଛି ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ହେଲେ ଆସନ୍ତା ୧ ତାରିଖ ବେଳକୁ ରାଜ୍ୟର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅନେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଥିବା ଜଣାପଡିଛି ।
ଆଜି ଅପରାହ୍ଣରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନାରେ କୁହାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ମଧ୍ୟରାତ୍ରରୁ ଶୁକ୍ରବାର ପର୍ଯ୍ୟନ୍ତ ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଭଦ୍ରକ, ଯାଜପୁର, କନ୍ଧମାଳ, ସୋନପୁର, ବଲାଙ୍ଗୀର ଓ କଳାହାଣ୍ଡି ଆଦି ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହା ସହ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।
https://onakhabar.com/2020/01/30/heavy-rain-today-3/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking