28.1 C
Bhubaneswar
Friday, March 29, 2024
Homeଓଡିଶାଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର: ହୋଲିରେ ପାଗ ଶୁଖିଲା ରହିବା ପରେ ଆସନ୍ତା ୧୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଜିଲ୍ଲା ତଥା ବଲାଙ୍ଗୀର, କନ୍ଧମାଳ, ସୋନପୁର, ବୌଦ୍ଧ, ଖୋର୍ଦ୍ଧା ଏବଂ ଅନ୍ୟାନ୍ୟ ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ।
ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢ଼େଙ୍କାନାଳ, ଅନୁଗୁଳ, ଦେଓଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ ଓ ସମ୍ବଲପୁର ଆଦି ଜିଲ୍ଲାରେ ଘୂର୍ଣ୍ଣିବଳୟ ସମେତ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।
ମାର୍ଚ୍ଚ ୧୨ରେ ଢ଼େଙ୍କାନାଳ, ଯାଜପୁର, ମୟୂରଭଞ୍ଜ, କଟକ ଏବଂ କେନ୍ଦ୍ରାପଡା ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହିତ ବଲାଙ୍ଗୀର, ବରଗଡ, ସୋନପୁର, ବୌଦ୍ଧ, ଅନୁଗୁଳ,ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବୋହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ସେହିପରି ମାର୍ଚ୍ଚ ୧୪ରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ତଥା ଗଜପତି ଗଞ୍ଜାମ, କୋରାପୁଟ, କନ୍ଧମାଳ ଆଦି ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। । ୧୪ ପରେ ପାଗରେ ପରିବର୍ତ୍ତନ ହେବା ସହ ତାପମାତ୍ରା ବଢିପାରେ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking