ଫେରିଲା ବର୍ଷା : ପୁଣି ଥରାଇବ ରାଜ୍ୟକୁ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ସ୍ଥାନରେ ମେଘୁଆ ପାଗ ଲାଗିରହିବ । ଆଜି ଦିନ ସାରା ପାଗ କୋହଲା ରହିବ। ଉପକୂଳ ଓ ଉତ୍ତର ଓଡିଶାର ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା ୭ ଓ ୮ ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର ଓ ଝାରସୁଗୁଡ଼ା ଖୋର୍ଧା, କଟକ, ଜଗତସିଂହପୁର, କନ୍ଧମାଳ, ନୟାଗଡ଼ ଓ ବଲାଙ୍ଗୀର ଜିଲ୍ଲାର କେତେକ ସ୍ଥାନରେ ଘୂର୍ଣ୍ଣିଝଡ଼ ସହ ହାଲୁକା ବର୍ଷା ହେବା ସମ୍ଭାବନା ରହିଛି ବୋଲି ଜଣାଇଛି ପାଣିପାଗ କେନ୍ଦ୍ର।
https://onakhabar.com/2020/02/04/weather-34/