ଭୁବନେଶ୍ୱର: ଆନ୍ଧ୍ରର ଉତ୍ତର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଘୂର୍ଣ୍ଣିଂବଳୟ ପ୍ରଭାବରେ ଓଡିଶା ପାଗରେ ହଠାତ୍ ପରିବର୍ତ୍ତନ ହୋଇଛି । ରାଜ୍ୟର କିଛି ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ଆକାଶ ମେଘାଚ୍ଛନ୍ନ ରହିଛି । ରାଜଧାନୀର କିଛି ସ୍ଥାନରେ ଝିପିଝିପି ବର୍ଷା ହୋଇଥିବା ସୂଚନା ମିଳିଛି । ତେବେ ୨ ଦିନ ପରେ ରାଜ୍ୟର ପାଗ ସ୍ୱାଭାବିକ ହୋଇଯିବା ନେଇ ସୂଚନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାରେ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। ପାଣିପାଗ ବିଭାଗର ସୂଚନା ପରେ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳ ମାନଙ୍କୁ କୁହାଯାଇଛି। ସେହିପରି ଫସଲ ସୁରକ୍ଷିତ ରଖିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।