28.1 C
Bhubaneswar
Friday, April 26, 2024
Homeଓଡିଶାବଙ୍ଗୋପ ସାଗରରେ ଲଘୁଚାପ ସମ୍ଭାବନା, ମୌସୁମୀ ବାୟୁ ପ୍ରବାହକୁ ପ୍ରଭାବିତ କରିପାରେ: ସିଇସି

ବଙ୍ଗୋପ ସାଗରରେ ଲଘୁଚାପ ସମ୍ଭାବନା, ମୌସୁମୀ ବାୟୁ ପ୍ରବାହକୁ ପ୍ରଭାବିତ କରିପାରେ: ସିଇସି

ଭୁବନେଶ୍ୱର, : ଆରବ ସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଜୁନ୍ ୬ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଏହା ଦକ୍ଷିଣ ଓ ପୂର୍ବ ଭାରତକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହକୁ ପ୍ରଭାବିତ କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର୍ ଏନ୍‌ଭାଇରନ୍‌ମେଂଟ ଆଣ୍ଡ କ୍ଲାଇମେଟ (ସିଇସି) ପକ୍ଷରୁ ମଙ୍ଗଳବାର କୁହାଯାଇଛି ।
ଏହି ଲଘୁଚାପ କ୍ଷେତ୍ରର ତୀବ୍ରତା ଓ ଗତିପଥକୁ ନେଇ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁର ଅଗ୍ରଗତି ନିର୍ଭର କରିପାରେ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି ।
ଡକ୍ଟର ସାହୁ କହିଛନ୍ତି ଯେ ଜୁନ୍ ୨ ତାରିଖ ରୁ ୯ତାରିଖ ମଧ୍ୟରେ ଦିନର ତାପମାତ୍ରାରେ ବୃଦ୍ଧି ହେବ ଓ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ବର୍ତମାନ ଅନୁଭୂତ ହେଉଥିବା ପାଗ ଅନୁଯାୟୀ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଆଭ୍ୟନ୍ତରୀଣ ଅଂଚଳରେ ଦିନର ତାପମାତ୍ରା ୪୨ ଡିଗ୍ରୀ ସେଲ୍‌ସିୟସ୍ ରୁ କମ୍ ଏବଂ ଉପକୂଳ ଅଂଚଳରେ ୪୦ ଡିଗ୍ରୀ ସେଲସିୟସରୁ କମ୍ ରହିବ । ଉତର ଆରବ ସାଗରରେ ଆଂଟିସାଇକ୍ଲୋନ୍ ଓ ବଙ୍ଗୋପ ସାଗରରୁ ପ୍ରବାହିତ ପବନ ହେତୁ ଓଡ଼ିଶାରେ କାଳବୈଶାଖୀର ପ୍ରଭାବ ରହିବ ବୋଲି ସେ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking