28.1 C
Bhubaneswar
Friday, March 29, 2024
Homeଓଡିଶାସାମୁଦ୍ରିକ ଝଡ ‘ନୌଲ୍‌’ ପ୍ରଭାବରେ ବଙ୍ଗୋପ ସାଗରରେ ସେପ୍ଟେମ୍ବର ୨୦ ସୁଦ୍ଧା ଲଘୁଚାପ ସୃଷ୍ଟି ହେବା...

ସାମୁଦ୍ରିକ ଝଡ ‘ନୌଲ୍‌’ ପ୍ରଭାବରେ ବଙ୍ଗୋପ ସାଗରରେ ସେପ୍ଟେମ୍ବର ୨୦ ସୁଦ୍ଧା ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

ଭୁବନେଶ୍ୱର , : ଦକ୍ଷିଣ ଚୀନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ନୌଲ୍‌’ ର ପ୍ରଭାବରେ ବଙ୍ଗୋପ ସାଗରରେ ଆସନ୍ତା ରବିବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଏହାର ଠିକ୍ ଗୋଟିଏ ଦିନ ପରେ ବଙ୍ଗୋପ ସାଗରରେ ଏହା ଅବପାତ ରୂପ ନେବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ରବିବାର ରାତି ସୁଦ୍ଧା ଏହା ପଶ୍ଚିମ ବଂଗରେ ଅନୁଭୂତ ହେବା ସମ୍ଭାବନା ଥିବା ବେଳେ ଏହାର ଗତି ଝାଡଖଣ୍ଡ ଓ ଛତିଶଗଡ ମୁହାଁ ହେବ ଏବଂ ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଏହାର ପ୍ରଭାବ ରହିବ ।
ଏହାର ପ୍ରଭାବରେ ଉତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସେପ୍ଟେମ୍ବର ୨୦ ଓ ୨୧ରେ ପ୍ରବଳରୁ  ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ସେପ୍ଟେମ୍ବର ୨୨ ତାରିଖରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ସେପ୍ଟେମ୍ବର ୧୯ ରୁ ୨୧ ତାରିଖ ମଧ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking