39.1 C
Bhubaneswar
Wednesday, April 24, 2024
Homeଓଡିଶାଶୀତରେ ଥରୁଛି ଓଡ଼ିଶା, ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଶୀତରେ ଥରୁଛି ଓଡ଼ିଶା, ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ବର : ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଶୀତ ଲହରୀ । ଉତ୍ତର ଦିଗରୁ ଆସୁଥିବା ଥଣ୍ଡା ଓ ଶୁଷ୍କ ବାୟୁ ପ୍ରଭାବରେ ଆଗାମୀ ୩ରୁ ୪ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଶୀତ ଲହରୀ ଅନୁଭୂତ ହେବାର ସମ୍ଭାବନା ରହିଛି । ୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଗତକାଲି ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ ସେଲସିଅସ୍‌ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀଠାରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ରେକର୍ଡ ହୋଇଛି । ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ନେଇ ପାଣିପାଗ ବିଜ୍ଞାନ ପକ୍ଷରୁ ପୂର୍ବନୁମାନ କରାଯାଇଛି ।

ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ , କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୂଆପଡା ଏବଂ ନବରଙ୍ଗପୁର ଜିଲ୍ଲାରେ କିଛି କିଛି ସ୍ଥାନରେ ଶୀତ ଲହରୀ ଅନୁଭୂତ ହେବାର ସମ୍ଭାବନା ରହିଛି ।

ସର୍ବନିମ୍ନ ତାପମାତ୍ରା (ରାତ୍ରି ତାପମାତ୍ରାରେ) ରେ ଆଗାମୀ ୨ ରୁ ୩ ଦିନ ଯାଏଁ କୌଣସି ପରିବର୍ତ୍ତନର ସମ୍ଭାବନା ନାହିଁ ।  ଏହି ତାପମାତ୍ରା ଆଗାମୀ ୨ରୁ ୩ ଦିନ ଯାଏଁ ଓଡ଼ିଶାର ଜିଲ୍ଲାଗୁଡିକ ଅନେକ ଅଞ୍ଚଳରେ ସ୍ୱାଭାବିକ ତାପମାତ୍ରା ଠାରୁ ୩ ରୁ ୫ ଡିଗ୍ରୀ ସେଲସିଅସ ଯାଏଁ କମ ରହିବାର ସମ୍ଭାବନା ଥିବାବେଳେ ପରବର୍ତ୍ତୀ ସମୟରେ ଏହା ଓଡ଼ିଶାର ଜିଲ୍ଲାଗୁଡିକରେ ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି । ସେଥିପାଇଁ ରାତି ତଥା ପାହାନ୍ତିଆ ସମୟରେ ଯଥା ସମ୍ଭବ ଘରେ ରୁହନ୍ତୁ । ଶୀତରୁ ରକ୍ଷା ପାଇବା ପାଇଁ ଶୀତବସ୍ତ୍ର ସହ ଏକାଧିକ ପୋଷାକ ପରିଧାନ କରନ୍ତୁ । ଗୃହପାଳିତ ପଶୁ ଦୀର୍ଘ ସମୟ ଧରି ଶୀତ ସଂସ୍ପର୍ଶରେ ଆସିଲେ ପ୍ରଭାବିତ ହେବାର ସମ୍ଭାବନା ରହିଛି । ସେଥିପାଇଁ ସେମାନେ ରହିବା ପାଇଁ ଖୋଲାସ୍ଥାନ ପରିବର୍ତେ ଆବଶ୍ୟକୀୟ ଘରର ବ୍ୟବସ୍ଥା କରନ୍ତୁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking