28.1 C
Bhubaneswar
Friday, March 29, 2024
Homeଓଡିଶାଆଜିଠୁ କାଳବୈଶାଖୀ ଆଶଙ୍କା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜିଠୁ କାଳବୈଶାଖୀ ଆଶଙ୍କା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପାଣିପାଗ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରକାଶ ପାଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ମୟୁରଭଞ୍ଜ ରହିଛି । ସେହିପରି ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବର୍ଷାହେବାର ସମ୍ଭାବନା ରହିଛି । ଏଥିସହିତ ରାଜ୍ୟର କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଆଦି ଜିଲ୍ଲାରେ ୩୦ ରୁ ୩୧ ତାରିଖ ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ସମୟରେ ୩୦ ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking