30.1 C
Bhubaneswar
Thursday, May 2, 2024
Homeଓଡିଶାବର୍ଷା ସମ୍ଭାବନା, ଅମଳ ଫସଲକୁ ସୁରକ୍ଷିତ ରଖିବାକୁ ପରାମର୍ଶ

ବର୍ଷା ସମ୍ଭାବନା, ଅମଳ ଫସଲକୁ ସୁରକ୍ଷିତ ରଖିବାକୁ ପରାମର୍ଶ

ଭୁବନେଶ୍ୱର : ଚଳିତ ମାସ ୧୧ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି । ୧୪ ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୧୧ ତାରିଖ ପାଇଁ ପଶ୍ଚିମ ଓଡିଶାର ବରଗଡ, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ଓ ଦେବଗଡ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୨ ତାରିଖ ପାଇଁ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ ଓ ନୟାଗଡକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମସ୍ତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା । ଏହି ଅଦିନିଆ ବର୍ଷାକୁ ନେଇ ଚାଷୀ ମୁଣ୍ଡରେ ଚଡ଼କ ପଡିଯାଇଛି । ବର୍ଷାରେ ବିଲରେ ଅମଳ ହୋଇ ରହିଥିବା ଫସଲ ନଷ୍ଟ ହୋଇଯିବାର ଭୟ ଘାରିଛି । ବର୍ଷାକୁ ନଜରରେ ରଖି ଅମଳ ଫସଲକୁ ସୁରକ୍ଷିତ ସ୍ଥାନକୁ ନେଇ ସାଇତି ରଖିବାକୁ ପରାମର୍ଶ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking