26.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟର କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟର କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ ଓ ଢ଼େଙ୍କାନାଳ ରହିଛି। ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ସୁବର୍ଣ୍ଣପୁରରେ ୩୦.୨ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ୧୩.୦ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

ଜାନୁଆରି ୨୪ରୁ ୨୫ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶା କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା‌, ମାଲକାନଗିରି, କୋରାପୁଟ ଆଦି ଜିଲ୍ଲାରେ ହାଲକା ବର୍ଷା ସହିତ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିସହିତ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡି ପଡ଼ିବାର ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking