28.1 C
Bhubaneswar
Thursday, March 28, 2024
Homeଓଡିଶାଆସନ୍ତାକାଲିଠୁ ରାଜ୍ୟରେ ବଢିବ ଶୀତ, ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ

ଆସନ୍ତାକାଲିଠୁ ରାଜ୍ୟରେ ବଢିବ ଶୀତ, ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ରାଜ୍ୟରେ ବଢିବ ଶୀତ। ରାଜ୍ୟରେ ଶୀତର ମାତ୍ରା ବୃଦ୍ଧି ପାଇବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଏବଂ ଶୁଷ୍କ ବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ତାପମାତ୍ରା ତଳକୁ ଖସିବା ସହ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଶୀତ ଲହରୀ ସମ୍ଭାବନା ନେଇ ସତର୍କ କରିଛି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର।
କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସୋନପୁର ଓ ବଲାଙ୍ଗିର ଜିଲ୍ଲାରେ ଶୀତ ଲହରୀ ସମ୍ଭାବନା ରହିଛି।

ରାତ୍ରି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଶୀତର ପ୍ରଭାବ ରହିବା ସମ୍ଭାବନା ରହିଛିି। ବର୍ତ୍ତମାନ ଆକାଶ ଆଂଶିକ ମେଘାଚ୍ଛନ ରହିବ। କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡିର ମଧ୍ୟ ସମ୍ଭାବନା ରହିଛି। ୨ଶହ ମିଟରରୁ ୫୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ରହିପାରେ। ଘନ କୁହୁଡି ସମ୍ଭାବନାକୁ ନେଇ ଜଗତସିଂହପୁର,କଟକ, ନୟାଗଡ଼, କନ୍ଧମାଳ, ଗଂଜାମ, ଗଜପତି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking