24.1 C
Bhubaneswar
Sunday, October 20, 2024
Homeଓଡିଶା୯ରୁ ପୁଣି ବର୍ଷା!

୯ରୁ ପୁଣି ବର୍ଷା!

ଭୁବନେଶ୍ୱର:  ବର୍ତ୍ତମାନ ସକ୍ରିୟ ରହିଥିବା ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ଫେବୃଆରୀ ୯ ଏବଂ ୧୦ ତାରିଖରେ ରାଜ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା  ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା, ବଜ୍ରପାତ ଓ କୁଆପଥର ବୃଷ୍ଟି ହେବାର ସମ୍ଭାବନା ରହିଛି । କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର ଏସବୁ ଜିଲ୍ଲାରେ ୯ ଓ ୧୦ ତାରିଖରେ ବର୍ଷାହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ତାପମାତ୍ରା କଥା ଦେଖିଲେ ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ତାପମାତ୍ରାରେ ସାମାନ୍ୟ ବୃଦ୍ଧିଘଟିଛି । ମାଲକାନଗିରି ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଥିଲା ।

ଏପରିସ୍ଥଳେ ବର୍ଷା ପରେ ପୁଣି ତାପମାତ୍ରା କମିବା ଆଶଙ୍କା ରହିଛି । ଗତ ୨୪ ଘଣ୍ଟାରେ ଫୁଲବାଣୀରେ ସର୍ବନିମ୍ନ ରାତ୍ରି ତାପମାତ୍ରା ୭.୫ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ କିରେଇରେ ୮.୭ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୯.୫ ଡିଗ୍ରୀ, ଜି ଉଦୟଗିରିରେ ୮.୦ ଡିଗ୍ରୀ ଏବଂ ଭୁବନେଶ୍ୱର ସହରରେ ତାପମାତ୍ରା ଥିଲା ୧୪.୦ ଡିଗ୍ରୀ । ମଙ୍ଗଳବାର ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking