28.1 C
Bhubaneswar
Saturday, October 19, 2024
Homeଓଡିଶା୬ରେ ଲଘୁଚାପ: ଆସନ୍ତା ୪ରୁ ୫ଦିନ ତାପମାତ୍ରା ୪୦ଡିଗ୍ରୀ ଉପରେ

୬ରେ ଲଘୁଚାପ: ଆସନ୍ତା ୪ରୁ ୫ଦିନ ତାପମାତ୍ରା ୪୦ଡିଗ୍ରୀ ଉପରେ

ଭୁବନେଶ୍ୱର: ଆସନ୍ତା ୬ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି । ଶ୍ରୀ ଦାସ କହିଛନ୍ତି ଯେ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୨୪ ଘଣ୍ଟା ପରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ପ୍ରଭାବରେ ଆଣ୍ଡାମାନ ସାଗରର ଆଖପାଖ ଅଞ୍ଚଳରେ ବର୍ଷା ଓ ପବନ ସମ୍ଭାବନା ରହିଛି । ଏହାର ପ୍ରଭାବ ବିଭିନ୍ନ ଅଞ୍ଚଳରେ କ’ଣ ରହିବ ତାହା ଆକଳନ କରାଯାଇନି ।

ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକ ତାପମାତ୍ରା ଠାରୁ ୩ରୁ ୪ ଡିଗ୍ରୀ ଉପରେ ରହୁଛି ତାପମାତ୍ରା । ଆଗମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଦିନର ତାପମାତ୍ରାରେ ବିଶେଷ କିଛି ପରିବରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଉପକୂଳ ଓଡ଼ିଶାରେ ସାମୁଦ୍ରିକ ବାୟୁର ପ୍ରଭାବ ହେତୁ ତାପମାତ୍ରା ସ୍ୱାଭାବିକଠାରୁ କମ୍ ରହିଛି । ଆଗାମୀ ୨ ଦିନ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଦକ୍ଷିଣ ଓଡ଼ିଶାର କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ କିଛି ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ଶ୍ରୀ ଦାସ କହିଛନ୍ତି ।

ରବିବାର ରାଜ୍ୟରେ ଟିଟିଲାଗଡ଼ର ତାପମାତ୍ରା ସର୍ବାଧିକ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡା, ବଲାଙ୍ଗିର, ବୌଦ୍ଧର ତାପମାତ୍ରା ୪୧.୫ ରହିଥିଲା । ସମ୍ବଲପୁର ୪୧.୧ଡିଗ୍ରୀ, ସୁବର୍ଣ୍ଣପୁର ୪୧ଡିଗ୍ରୀ, ଭବାନୀପାଟଣା ୪୦.୨ ଡିଗ୍ରୀ, ସୁନ୍ଦରଗଡ ୪୦ ଡିଗ୍ରୀ ରହିଥିବା ବେଳେ ଭୁବନେଶ୍ୱରର ତାପମାତ୍ରା ୩୫.୯ ଡିଗ୍ରୀ ଏବଂ କଟକ ୩୫.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking