30.1 C
Bhubaneswar
Sunday, May 19, 2024
Homeଓଡିଶା୪୦ ଡିଗ୍ରୀ ଉପରେ ୯ଟି ଜିଲ୍ଲା

୪୦ ଡିଗ୍ରୀ ଉପରେ ୯ଟି ଜିଲ୍ଲା

ଭୁବନେଶ୍ୱର : ଗତ କିଛି ଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ରାଜ୍ୟର ଅନେକ ସହରର ତାପମାତ୍ରା ପ୍ରାୟତଃ ୩୮ଡିଗ୍ରୀ ଉପରେ ରହୁଥିବା ବେଳେ ପଶ୍ଚିମ ଓଡ଼ିଶାର କିଛି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି । ଶନିବାର ରାଜ୍ୟର ୯ଟି ସହରର ତାପମାତ୍ରା ୪୦ ଡିଗ୍ରୀ ପାର୍ କରିଥିବା ବେଳେ ଉଭୟ ବୌଦ୍ଧ ଏବଂ ବଲାଙ୍ଗିର ତାପମାତ୍ରା ସର୍ବାଧିକ ୪୧.୫ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଝାରସୁଗୁଡାର ତାପମାତ୍ରା ୪୧.୪ ଡିଗ୍ରୀ ରହିଥିବା ବେଳେ ଟିଟିଲାଗଡ ଓ ବାରିପଦାର ତାପମାତ୍ରା ୪୧ ଡିଗ୍ରୀ, ଅନୁଗୁଳ ୪୦.୭ ଡିଗ୍ରୀ, ସମ୍ବଲପୁର ୪୦.୨ ଡିଗ୍ରୀ, ତାଳଚେର ୪୦.୪ ଡିଗ୍ରୀ ଓ ସୁବର୍ଣ୍ଣପୁରର ତାପମାତ୍ରା ୪୦.୮ ଡିଗ୍ରୀ ରହିଥିଲା । ଭୁବନେଶ୍ୱରା ତାପମାତ୍ରା ୩୬.୮ ଡିଗ୍ରୀ ଏବଂ କଟକର ତାପମାତ୍ରା ୩୬.୨ଡିଗ୍ରୀ ରେକର୍ଡ କରାଯାଇଛି ।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ରବିବାର ଅପରାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି କୁହାଯାଇଛି । ଏହି ସମୟ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ଜନିତ କାଳବୈଶାଖୀ ହେବାର ସମ୍ଭାବନା ରହଥିବାରୁ ଏହି ୮ଟି ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଆସନ୍ତା ୫ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରାରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ତେବେ ଆସନ୍ତା ୪-୫ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking