36.1 C
Bhubaneswar
Sunday, May 19, 2024
Homeଓଡିଶାବଜ୍ରପାତ ସହିତ କାଳବୈଶାଖୀ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବଜ୍ରପାତ ସହିତ କାଳବୈଶାଖୀ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆଗମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ କାଳବୈଶାଖି ହେବାର ପୁର୍ବାନୁମାନ କରିଛି ଆଞ୍ଚଳିିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର । ଏହାକୁ ଦୃଷ୍ଟିରେ ରଖି ଏହି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥି ସହିତ ବଜ୍ରପାତ ଘଡ଼ଘଡ଼ି ସମୟରେ ଘରୁ ନବାହାରିବାକୁ ପରାମର୍ଷ ଦିଆଯାଇଛି ।

ସେହିପରି ୧୭ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି,କନ୍ଧମାଳ ଏବଂ ଗଞ୍ଜାମ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷ ନେଇ ୟେଲୋ ୱାର୍ଣ୍ଣି ଜାରିି କରାଯାଇଛି । ତେବେ ଆଗାମୀ ୫ଦିନରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ଆସିବାର ସମ୍ଭାବନା ନାହିଁ । ଏହି ସମୟରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀରୁ ସାମାନ୍ୟ ଅଧିକ ରହିବ । କିଛି ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ ଅଧିକ ରହିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking