34.1 C
Bhubaneswar
Friday, March 29, 2024
Homeଓଡିଶା୧୯ ଯାଏ କାଳବୈଶାଖୀ, ୟେଲୋ ୱାର୍ଣ୍ଣିଂ ଜାରି

୧୯ ଯାଏ କାଳବୈଶାଖୀ, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ତାତି ଉପରମୁହାଁ ହୋଇଛି । ପ୍ରବଳ ଗରମରେ ଆଉଟୁପାଉଟୁ ହେଉଛି ଜନଜୀବନ । ଶନିବାର ୧୧ ସହରର ପାରଦ ୪୦ ଡିଗ୍ରୀ ଉପରେ ରହିଥିଲା । ୪୩.୨ ଡିଗ୍ରୀ ସହ ଟିଟିଲାଗଡ଼ ପୁଣି ଉତ୍ତପ୍ତ ସହର ପାଲଟିଛି । ଆଗାମୀ ୪-୫ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା)ରେ କୌଣସି ପରିବର୍ତ୍ତନ ସମ୍ଭାବନା ନାହିଁ । ତେବେ ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ରବିବାର-ସୋମବାର ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡମାନ ସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହେବାର ଆକଳନ କରାଯାଉଛି ।

ଏଥିସହ ଏଥର ଆଗୁଆ ଓଡ଼ିଶାରେ ମୌସୁମୀ ପ୍ରବେଶ କରିପାରେ ବୋଲି କୁହାଯାଇଛି । ତେବେ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସହ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏଥିପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ସୂଚନାନୁସାରେ, ରବିବାର ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ବଜ୍ରପାତ ଆଶଙ୍କା ରହିଛି ।

ଏପରିକି ୩୦-୪୦କିମି ବେଗରେ ପବନ ମଧ୍ୟ ବହିପାରେ । ସେହିପରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ଗଜପତି, ରାୟଗଡ଼ା, କନ୍ଧମାଳ, ଯାଜପୁର ଏବଂ ଭଦ୍ରକ ଜିଲ୍ଲାରେ ମଧ୍ୟ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ସମ୍ଭାବନାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ତରଫରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking