28.1 C
Bhubaneswar
Saturday, April 20, 2024
Homeଓଡିଶା୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୟେଲୋଓ୍ଵାର୍ଣ୍ଣିଂ ଜାରି

୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୬ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଏବଂ ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଏହି ସବୁ ଜିଲ୍ଲାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବା ବେଳେ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିଲୋମିଟରରେ ପହଞ୍ଚିବାର ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡିି, କନ୍ଧମାଳ, ବୌଦ୍ଧ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସବୁି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଓଡିଶାର ବାକି ଜିଲ୍ଲାରେ ଶୁଖିଲା ପାଗ ରହିବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking