38.8 C
Bhubaneswar
Friday, April 19, 2024
Homeଓଡିଶାବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ: ୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ: ୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶା ଉପରେ ବାତ୍ୟା ‘ଅସାନି’ର ଭୟ ଟଳି ଥିଲେ ମଧ୍ୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୯ ତାରିଖ ସୁଦ୍ଧା ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା ଦିନେ କିମ୍ବା ୨ ଦିନ ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ । ଏହାପରେ ଏହାର ରୂପରେଖ ଓ ପ୍ରଭାବ କ’ଣ ରହିବ, ସେନେଇ ଆକଳନ କରାଯାଇପାରିବ ବୋଲି ବିଭାଗ ସୂଚନା ଦେଇଛି ।
ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଏବଂ ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଏହି ସମୟ ମଧ୍ୟରେ ଉକ୍ତ ଜିଲ୍ଲାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବା ବେଳେ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିଲୋମିଟରରେ ପହଞ୍ଚିବାର ସମ୍ଭାବନା ରହିଛି । ସେହିପରି ସୁନ୍ଦରଗଡ଼, ଦେବଗଡ଼, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡିି, କନ୍ଧମାଳ, ବୌଦ୍ଧ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସବୁି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଏହିଭଳି କାଳବୈଶାଖୀ ବର୍ଷା ଜାରି ରହିବ । ସମଗ୍ର ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଏହି ସମୟରେ କାଳବୈଶାଖୀ ଜନିତ ବର୍ଷା ହେବ । ୧୮ ତାରିଖ ଦିନ କାଳବୈଶାଖୀର ବିସ୍ତୃତି କମିବ ।

ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାରେ ୧୯ ତାରିଖ ଦିନ ଝଡ଼ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବ । ଦିନର ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୨୭ ଡିଗ୍ରୀ ମଧ୍ୟରେ ରହିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ଆଜି ରାଜ୍ୟରେ ପାରଦ ଉପରମୁହାଁ ରହିଥିଲା । ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏହିଭଳି ତାତି ଜାରି ରହିବ । ଆଜି ପଶ୍ଚିମ ଓଡ଼ିଶାର ଦୁଇ ସହରର ତାପମାତ୍ରା ୪୩ଂ ଅତିକ୍ରମ କରିଛି । ୪୩.୨ଂ ତାପମାତ୍ରା ସହ ଟିଟିଲାଗଡ଼ ରାଜ୍ୟର ଉତ୍ତପ୍ତ ସହର ପାଲଟିଥିବା ବେଳେ ସୋନପୁର ତାପମାତ୍ରା ୪୩ଂ ରେକର୍ଡ କରାଯାଇଛି । ଏଥିସହ ରାଜ୍ୟର ୯ ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking