20.1 C
Bhubaneswar
Thursday, January 16, 2025
Homeଓଡିଶା୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା: ପାଣିପାଗ ବିଭାଗ ପକ୍ଷରୁ ଜାରି ହେଲା ୟେଲୋୱାର୍ଣ୍ଣିଂ

୧୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା: ପାଣିପାଗ ବିଭାଗ ପକ୍ଷରୁ ଜାରି ହେଲା ୟେଲୋୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପହଞ୍ଚିବାର ସମ୍ଭାବାନା ରହିଥିବା ବେଳେ ସଂପ୍ରତି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି । ଏ ପରିସ୍ଥିତିରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୪ ତାରିଖ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୧୬ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଥିବା ନେଇ ସତର୍କ କରାଯାଇଛି ।

କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ୧୬ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ଧରଣର ବର୍ଷା ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ ।

ଆସନ୍ତା ୩/୪ ଦିନ ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରାରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ତେବେ, ଏହାପରେ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ସେଲ୍‌ସିୟସ ପର୍ଯ୍ୟନ୍ତ ହ୍ରାସ ଘଟିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି । ପାଣିପାଗ ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ଖୁବଶୀଘ୍ର ଓଡ଼ିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ସେଥିପାଇଁ ପାଗ ଅନୁକୂଳ ରହିଛି । ଏ ବର୍ଷ ମୌସୁମୀ ଆଗମନରେ ସାମାନ୍ୟ ବିଳମ୍ବ ହେଉଥିବା ବେଳେ ସାରା ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଛି । ଆଗାମୀ ଦୁଇ ଦିନ ଯାଏ ତାତିରୁ ନିସ୍ତାର ମିଳିବ ନାହିଁ । ଦିନର ସର୍ବାଧିକ ତାପାମାତ୍ରା ସ୍ୱାଭାବିଠାରୁ ୩-୪ ଡିଗ୍ରୀ ଉପରେ ରହିବ । ତାପରେ ତାପମାତ୍ରା ଧୀରେ ଧୀରେ ଖସିବା ସମ୍ଭାବନା ରହିଛି । ରାଜ୍ୟରେ ଜୁନ୍ ୧ରୁ ୧୨ ତାରିଖ ଭିତରେ ୧୦.୭ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହାକୁ ସ୍ୱାଭାବିକ ବୃଷ୍ଟିପାତ ତୁଳନାରେ ୭୯ ପ୍ରତିଶତ କମ୍ ରହିଛି । ଏହି ସମୟ ମଧ୍ୟରେ ରାଜ୍ୟରେ ୩ ଜିଲ୍ଲାରେ ଆଦୌ ବର୍ଷା ହୋଇନି । ୨୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରିଛି ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking