38.1 C
Bhubaneswar
Tuesday, April 23, 2024
Homeଓଡିଶା୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଭଲ ବର୍ଷା ହୋଇଛି । କୋରାପୁଟରେ ୭୬ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ କନ୍ଧମାଳ ଜି.ଉଦୟଗିରିରେ ୬୫.୪ ମିମି, ଫୁଲବାଣୀରେ ୪୦ ମିମିରୁ ଅଧିକ ବର୍ଷା ହୋଇଛି ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି । ଉପକୂଳରେ ମୌସୁମୀ ପ୍ରଭାବରେ ପାଗରେ ପରିବର୍ତ୍ତନ ହୋଇଛି । ମୌସୁମୀ ପ୍ରଭାବରେ ଗଞ୍ଜାମ, ଗଜପତି, ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା, କଟକ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝରରେ ବର୍ଷା ହୋଇପାରେ । ସମ୍ବଲପୁର ଅନୁଗୁଳ ଢେଙ୍କାନାଳ ଭଳି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ଆଗାମୀ ୨ରୁ ୩ ଦିନ ମଧ୍ୟରେ ମୌସୁମୀ ଆହୁରି ଅଗ୍ରସର ହେବ । ୨୦ ପରେ ବର୍ଷାର ପରିମାଣ ବଢ଼ିବ । ଫଳରେ ସାରା ରାଜ୍ୟକୁ ମୌସୁମୀ ପ୍ରବେଶ କରିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଉଛି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗୁରୁବାରଦିନ ମୌସୁମୀ ଓଡ଼ିଶା ଛୁଇଁବା ପରେ ଶୁକ୍ରବାର ଦିନ ରାଜ୍ୟର ଆଉ କେତେକ ଜିଲ୍ଲାକୁ ପ୍ରବେଶ କରିଛି । ଆସନ୍ତା ୩ ଦିନରେ ମୌସୁମୀ ଆହୁରି ଅଗ୍ରଗତି କରି ଓଡ଼ିଶାର ଅଧିକ କିଛି ଜିଲ୍ଲା ସହିତ ମଧ୍ୟପ୍ରଦେଶ, ଛତିଶଗଡ଼ର ଆଉ କିଛି ଅଂଶ ଓ ଆନ୍ଧ୍ରପ୍ରଦେଶର ଅବଶିଷ୍ଟ ଅଂଶକୁ ଛୁଇଁବାର ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳ, ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଯାଜପୁର, କେନ୍ଦୁଝର,ଢେଙ୍କାନାଳ, କଟକ ଓ ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପରବର୍ତ୍ତୀ ୨୪ ଘଣ୍ଟାରେ ରାଜ୍ୟର ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼,ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ସୋନପୁର, କଟକ, ଭଦ୍ରକ, ବାଲେଶ୍ୱର, ବଲାଙ୍ଗିର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ଆଶଙ୍କା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking