30.1 C
Bhubaneswar
Wednesday, April 24, 2024
Homeଓଡିଶା୫ ଦିନ ପ୍ରବଳ ବର୍ଷା, ଜାରି ହେଲା ୟେଲୋ ୱାର୍ଣ୍ଣିଂ

୫ ଦିନ ପ୍ରବଳ ବର୍ଷା, ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସାରା ରାଜ୍ୟରେ ସକ୍ରିୟ ହୋଇଛି । ପ୍ରାକ୍ ମୌସୁମୀ ବର୍ଷା ପରେ ଓଡ଼ିଶାର ସମଗ୍ର ଅଞ୍ଚଳକୁ ଏହା ଛୁଇଁଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ମୌସୁମୀ ବାୟୁ ସକ୍ରିୟ ହେବା ପରେ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆରେ ସର୍ବାଧିକ ୧୭୦ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଏହା ପଛକୁ କଟକର ବାଙ୍କୀରେ ୧୬୫ ମିଲିମିଟର ବର୍ଷା ହୋଇଥିବା ବେଳେ ବାଲେଶ୍ୱରରେ ୮୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଆଗାମୀ ୫ ଦିନ ଯାଏଁ ରାଜ୍ୟର କେତେକ ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆର୍‌ସି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁସାରେ ୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ଭିତରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ବଜ୍ରପାତ ଓ ଘଡ଼ଘଡି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ ଏବଂ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୨ ତାରିଖ ସକାଳ ସାଢ଼େ ୮ଟାରୁ ୨୩ ତାରିଖ ସକାଳ ସାଢ଼େ ୮ଟା ଭିତରେ ସୋନପୁର, ସମ୍ବଲପୁର, ବରଗଡ଼, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଦେବଗଡ଼, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୩ ତାରିଖ ସକାଳ ସାଢ଼େ ୮ଟାରୁ ୨୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ଭିତରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପରି ଆସନ୍ତାକାଲି ମଧ୍ୟ ରାଜଧାନୀ ସମେତ ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ । ବର୍ଷାର ମଧ୍ୟ ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking