30.1 C
Bhubaneswar
Wednesday, April 24, 2024
Homeଓଡିଶା୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ- ପଶ୍ଚିମ ମୋସୁମୀ ବାୟୁ ସମଗ୍ର ରାଜ୍ୟକୁ ଅଗ୍ରସର ହୋଇଥିବା ବେଳେ ଗତକାଲି ଠାରୁ ତମାମ୍ ରାଜ୍ୟରେ ମୌସୁମୀ ବର୍ଷା ଲାଗିରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସକ୍ରିୟ ରହିବା ସହ ପାଖାପାଖି ୧୭.୩ ମିମି ବର୍ଷା ହୋଇଛି; ଯାହା ଗତ ୨୪ ଘଣ୍ଟାର ସ୍ୱାଭାବିକ ବର୍ଷା ୯.୨ ମିମି ଠାରୁ ୮୮% ଅଧିକ ରହିଛି । ଏପରିସ୍ଥିତିରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହିତ ଅନେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ବୁଧବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ସମ୍ବଲପୁର, ଅନୁଗୁଳ, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, ପୁରୀ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ଏବଂ ଉତ୍ତର ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କଟକ ଓ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking