31.1 C
Bhubaneswar
Tuesday, April 23, 2024
Homeଓଡିଶା୧୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଜାରି ହେଲା ୟେଲୋ ୱାର୍ଣ୍ଣିଂ

୧୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଓ କାଳବୈଶାଖୀର ସମ୍ଭାବନା ରହିଛି । ଏ ପରିସ୍ଥିତିରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଶନିବାର ମଧ୍ୟାହ୍ନ ସୁଦ୍ଧା ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଖୋର୍ଦ୍ଧା ପ୍ରଭୃତି ୧୪ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଓଡ଼ିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଏନେଇ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶା, କେନ୍ଦ୍ରୀୟ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଏବଂ ଉତ୍ତର ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି । ସେହିପରି ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking