40.1 C
Bhubaneswar
Wednesday, April 24, 2024
Homeଓଡିଶା୨୨ ଜିଲ୍ଲାରେ ପ୍ରବଳ ବର୍ଷା: ଜାରି ହେଲା ୟେଲୋୱାର୍ଣ୍ଣିଂ

୨୨ ଜିଲ୍ଲାରେ ପ୍ରବଳ ବର୍ଷା: ଜାରି ହେଲା ୟେଲୋୱାର୍ଣ୍ଣିଂ

ଭୁବନେଶ୍ୱର: ବାୟୁମଣ୍ଡଳରେ ଦୁଇଟି ନିମ୍ନ ଚାପ-ରେଖା ସୃଷ୍ଟି ହୋଇଛି । ଏଥିମଧ୍ୟରୁ ଗୋଟିଏ ବାୟୁମଣ୍ଡଳର ୧.୫ କିମି ଯାଏ ବିସ୍ତୃତ ହୋଇ ରହିଥିବା ବେଳେ ଅନ୍ୟଟି ୩.୧ କିମି ପର୍ଯ୍ୟନ୍ତ ବିସ୍ତୃତ ହୋଇରହିଛି । ଏହାବ୍ୟତିତ ପଡ଼ୋଶୀ ଦକ୍ଷିଣ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣି-ବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୨ଟି ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୭ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଗଞ୍ଜାମ, ଗଜପତି, ନବରଙ୍ଗପୁର, କୋରାପୁଟ, କନ୍ଧମାଳ, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, କଟକ, ଯାଜପୁର, ଢ଼େଙ୍କାନାଳ, ମାଲକାନଗିରି, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ରାୟଗଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ରବିବାର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶା, କେନ୍ଦ୍ରୀୟ ଓ ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି ବୋଲି ଜଣାପଡ଼ିଛି । ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ମଧ୍ୟ ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking