32.1 C
Bhubaneswar
Thursday, March 28, 2024
Homeଓଡିଶା୧୨ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ଜାରିହେଲା ୟେଲୋୱାର୍ଣ୍ଣିଂ

୧୨ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ଜାରିହେଲା ୟେଲୋୱାର୍ଣ୍ଣିଂ

ଭୁବନେଶ୍ୱର: ସଂପ୍ରତି ଦକ୍ଷିଣ ଓଡ଼ିଶାର ବାୟୁମଣ୍ଡଳରେ ସମୁଦ୍ର ପତନ ଠାରୁ ୧.୫ କିମି ଉଚ୍ଚତାରେ ଏକ ଘୂର୍ଣ୍ଣି-ବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାରେ କାଳବୈଶାଖୀ ଓ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୮ ତାରିଖ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କେନ୍ଦ୍ରାପଡ଼ା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଗଜପତି, ଗଞ୍ଜାମ ଏବଂ ଓଡିଶାର ବାକି ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ । ଗତ ୨୪ ଘଣ୍ଟାରେ ମୟୂରଭଞ୍ଜ ଜିଲ୍ଲା କପ୍ତିପଦାରେ ସର୍ବାଧିକ ୪୮.୦ ମିମି ବର୍ଷା ରେକର୍ଡ କରାଯାଇଛି । ଜୁନ ୧ ତାରିଖରୁ ଜୁନ ୨୭ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୧୧୮.୧ ମିମି ବର୍ଷା ରେକର୍ଡ କରାଯାଇଛି । ସ୍ୱାଭାବିକ ବର୍ଷା ୧୮୬.୧ ମିମି ଠାରୁ ୩୭ ପ୍ରତିଶତ କମ ବର୍ଷା ରେକର୍ଡ କରାଯାଇଛି । ପୁରୀ, କେନ୍ଦ୍ରାପଡା ଏବଂ ସୁନ୍ଦରଗଡ଼ରେ ୧୬ ପ୍ରତିଶତରୁ କମ ବର୍ଷା ରେକର୍ଡ କରାଯାଇଥିବା ଜଣାପଡ଼ିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking